ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି ସ୍ଥିତିକୁ ନେଇ ସ୍ଥାନୀୟ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ନିଶା କାରବାରରୁ ଏଭଳି ଅପରାଧ ବଢ଼ି ଚାଲିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ପୋଲିସ ନିଶା କାରବାରକୁ ଦମନ କରିପାରୁ ନ ଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜିଲାରେ ଏଭଳି ସ୍ଥିତିକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଓକିଲ ସଂଘ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି। ଏସ୍‌ପିଙ୍କ ବଦଳି ସହିତ ଜିଲାରେ ପର୍ଯ୍ୟାପ୍ତ ପୋଲିସ କର୍ମଚାରୀ ଅବସ୍ଥାପିତ, ଅସାମାଜିକ କାର୍ଯ୍ୟକଳାପକୁ ଦୃଢ଼ଭାବେ ଦମନ କରିବା ଏବଂ କୌଣସି ଚାପର ବଶବର୍ତ୍ତୀ ନ ହୋଇ ଜିଲାରେ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ତ୍ୱରିତ୍‌ ପଦକ୍ଷେପ ନେବାକୁ ସ୍ମାରକପତ୍ରରେ ଦାବି ହୋଇଛି।

ପୂର୍ବ ନିର୍ଦ୍ଧାରୀତ କାର୍ଯ୍ୟକ୍ରମ ଅନୁଯାୟୀ, ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ ସଂଘ କାର୍ଯ୍ୟାଳୟରୁ ଏକ ପ୍ରତିବାଦ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ବାହାରିଥିଲେ। ପଦଯାତ୍ରାରେ ସେମାନେ ଥାନାଛକ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚି ଥିଲେ। ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ନାରାବାଜି କରିବା ସହିତ ସଂଘର କର୍ମକର୍ତ୍ତାମାନେ ସେଠାରେ ନିଜ ଦାବି ଉପସ୍ଥାପନ କରିଥିଲେ। ପରେ ଜିଲାପାଳ ଗୋୟଲଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ।

ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଜିଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ଜିଲାରେ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଉଥିବାବେଳେ ପୋଲିସ ତାକୁ ନିୟନ୍ତ୍ରଣ କରିପାରୁ ନାହିଁ। ଫଳରେ ଜିଲାରେ ଅପରାଧ ଓ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ, ନିଶା କାରବାର ଯୋଗୁ ଯୁବପିଢ଼ି ପଥଭ୍ରଷ୍ଟ ହୋଇ ଆପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହୁଛନ୍ତି। ଏ ନେଇ ପୂର୍ବରୁ ଜିଲା ପ୍ରଶାସନକୁ ଅବଗତ କରାଯିବା ସତ୍ତ୍ୱେ ଆଶାନୁରୂପ ପଦକ୍ଷେପ ନିଆ ନ ଯିବା ବିଡ଼ମ୍ବନାର ବିଷୟ ବୋଲି ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ସଂଘର ସଭାପତି ଭୀଷ୍ମଦେବ ସରାଫ, ଉପସଭାପତି ହେମନ୍ତ କୁମାର ପୁରୋହିତ, ସମ୍ପାଦକ ଲଲାଟେନ୍ଦୁ ବେହେରା, ଯୁଗ୍ମ ସମ୍ପାଦକ ବୈକୁଣ୍ଠ ନାଥ, ଟି. ପ୍ରସାଦ ଷଡ଼ଙ୍ଗୀଙ୍କ ସମେତ କମିଟି ସଦସ୍ୟ , ବରିଷ୍ଠ ଓ କନିଷ୍ଠ ସଦସ୍ୟ, ମହିଳା ସଦସ୍ୟ, ସମସ୍ତ ଓକିଲ , ମୋହରିର ସଂଘ, ଟାଇପିଷ୍ଟ ସଂଘ, ଷ୍ଟାମ୍ପ ଭେଣ୍ଡର ସଂଘର ସମସ୍ତ ସଭ୍ୟାସଭ୍ୟ ସ୍ମାରକପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri