ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ ମୃତାହତ ହେଉଛନ୍ତି। ସୋମବାର ରାତି ପ୍ରାୟ ୯ଟା ସମୟରେ ସ୍ଥାନୀୟ ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଛୁରାମାଡରେ ଜଣେ ଲୋକଙ୍କ ଜୀବନ ଯାଇଛି। ଖବର ଲେଖା ହେବା ବେଳକୁ ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳି ପାରିନାହିଁ। ସେ ସ୍ଥାନୀୟ ବରଗଡ଼ ପଞ୍ଚାୟତ କଲେଜ ନିକଟ ପଣ୍ଡରୀପଥର କୁଳିବନ୍ଧ ପଡା ଅଞ୍ଚଳର ବୋଲି ଅନୁମାନ କରାଯାଉଛି। ମୃତକଙ୍କ ଶବକୁ ବରଗଡ଼ ଡାକ୍ତରଖାନାର ଶବ ସଂରକ୍ଷଣ ଗୃହରେ ରଖାଯାଇଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନାହିଁ। ପୋଲିସ ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଛୁରିକୁ ଜବତ ସହିତ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ଶୌଚାଳୟ ନିକଟରେ କୌଣସି କାରଣକୁ ନେଇ କଥା କଟାକଟି ହୋଇଥିଲା। ଏହାପରେ ଦୁର୍ବୃତ୍ତମାନେ ଛୁରାମାଡ କରିଥିଲେ। ଏହାପରେ ଗୁରୁତର ଅବସ୍ଥାରେ ମୃତକଙ୍କୁ ଉଦ୍ଧାର କରି ଡାକ୍ତରଖାନା ନିଆଯାଇଥିଲା ଏବଂ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପ୍ରକାଶ ଥାଉକି, ଗତ କିଛିଦିନ ତଳେ ବରଗଫ ଟାଉନ ଥାନା ସମ୍ମୁଖ ହାଟପଦାରେ ଭୁଜାଲି ଆକ୍ରମଣ ଯୋଗୁ ୨ଜଣଙ୍କ ଜୀବନ ଚାଲି ଯାଇଥିବାବେଳେ ଶନିବାର ସ୍ପଷ୍ଟ ଦିବାଲୋକରେ ସହର ଉପକଣ୍ଠ ଘୁଲିପାଲି ଛକରେ ଜଣେ ଟ୍ରକ ଚାଳକଙ୍କୁ ଛୁରାମାଡ ହୋଇଥିଲା। ତେଣୁ ଏହା ଲୋକଙ୍କ ଆଖିରୁ ଲିଭି ନ ଥିବାବେଳେ ସହରର କେନ୍ଦ୍ରସ୍ଥଳୀରେ ପୁଣି ହତ୍ୟାକାଣ୍ଡ ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ପଦାରେ ପକାଇ ଦେଇଛି । କଫ ସିରପ, ନିଶା ବଟିକା, ବ୍ରାଉନ ସୁଗର ଭଳି ନିଶା କାରବାର ଯୋଗୁ ଏଭଳି ଅପରାଧ ବଢି ଚାଲିଥିବା ବରଗଡ଼ ସହରବାସୀ ଅଭିଯୋଗ କରିଛନ୍ତି। ପୋଲିସ ମଧ୍ୟ ବିଭିନ୍ନ ସମୟରେ ଏଭଳି ନିଶାଦ୍ରବ୍ୟ ଜବତ ସହିତ ଅଭିଯୁକ୍ତଙ୍କୁ ଗିରଫ କରୁଛି। କିନ୍ତୁ ସହର ମଧ୍ୟରେ କଥାକଥାକୁ ଛୁରାମାଡରୁ ହତ୍ୟାକାଣ୍ଡ ଭଳି ଅପରାଧ ବଢି ଚାଲିବା ପୋଲିସର କାର୍ଯ୍ୟଦକ୍ଷତାକୁ ପଦାରେ ପକାଇଛି ବୋଲି ସବୁଠି ଆଲୋଚିତ ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

ଦିଲ୍ଲୀ-ମଞ୍ଚେଷ୍ଟର ଇଣ୍ଡିଗୋ ବିମାନ ଅଧାବାଟରୁ ଫେରିଲା

ନୂଆଦିଲ୍ଲୀ,୯ା୩: ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଥିଲା ବେଳେ ଦିଲ୍ଲୀରୁ ମଞ୍ଚେଷ୍ଟର ଅଭିମୁଖେ ଯାଉଥିବା ଇଣ୍ଡିଗୋ ଏୟାରଲାଇ୍ସର ଏକ ବିମାନ ଅଧାବାଟରୁ ଫେରିଆସିଛି। ଉତ୍ତେଜନାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri