ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମଦ ବୋତଲରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରୁ ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ପଦାରେ ପଡିଛି।

ନିଶା କାରବାର ଯୋଗୁ ଏଭଳି ଅପରାଧ ବଢି ଚାଲିଛି ଏବଂ ଏହାକୁ ସମ୍ପୂର୍ଣ୍ଣ ଦମନ କରିବା ପାଇଁ ବାରମ୍ବାର ଜିଲା ଓକିଲ ସଂଘ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହୋଇ ଆସିଛି। ଏହାସତ୍ତ୍ୱେ ନିଶା କାରବାରରେ ଅଙ୍କୁଶ ଲାଗି ନ ପାରିବା ଏବଂ ଦିନକୁ ଦିନ ବିଚ ରାସ୍ତା ଉପରେ ଅପରାଧ ବଢିବା ନେଇ ଅସନ୍ତୋଷ ତେଜିବାରେ ଲାଗିଛି।

ସୋମବାର ବରଗଡ଼ ଜିଲା ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ ସହିତ ଏକ ପ୍ରତିବାଦ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବାର କାର୍ଯ୍ୟକ୍ରମ ରହିଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବ ଏବଂ ଜିଲାରେ ଭୁଷୁଡି ପଡିଥିବା ଆଇନ ଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବା ଏବଂ ନିଶା କାରବାର ଦମନରେ ଦୃଢ଼ ପଦକ୍ଷେପ ନେବାକୁ ଦାବି କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?