ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ ମଧ୍ୟ ଚାଲି ଯାଉଛି। ଗତ କିଛିଦିନ ତଳେ ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ଭୁଜାଲି ଆକ୍ରମଣ ଯୋଗୁ ଜଣଙ୍କ ଜୀବନ ଚାଲି ଯାଇଥିଲା। ତେବେ ତାହା ଲୋକଙ୍କ ଆଖିରୁ ଲିଭି ନ ଥିବାବେଳେ ଶନିବାର ଦିନ ଦ୍ବିପ୍ରହରରେ ବରଗଡ଼ ସହର ଉପକଣ୍ଠ ୫୩ ନମ୍ବର ଜାତୀୟ ରାଜପଥର ଘୁଲିପାଲି ଛକରେ ଜଣେ ଟ୍ରକ୍‌ ଚାଳକଙ୍କୁ ଦୁର୍ବୃତ୍ତମାନେ ଛୁରାମାଡ଼ କରିଛନ୍ତି। ଆହତ ଟ୍ରକ୍‌ ଚାଳକ ଜଣକ କଟକ ଜିଲାର ଏବଂ ସେ ବରଗଡ଼ର ଏକ ଅଟୋ ମୋବାଇଲ ଶୋରୁମକୁ ଆସୁଥିବାବେଳେ ଦୁର୍ବୃତ୍ତଙ୍କ ଆକ୍ରମଣର ସମ୍ମୁଖୀନ ହୋଇଥିଲେ। ଦୁର୍ବୃତ୍ତମାନେ ଟ୍ରକ୍‌ ଚାଳକଙ୍କୁ ଟଙ୍କା ଦାବି କରିଥିଲେ। ମାତ୍ର ତାହା ସେ ନ ଦେବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରିଥିଲେ ବୋଲି ଟ୍ରକ ଚାଳକ ଅଭିଯୋଗ କରିଛନ୍ତି। ସ୍ଥାନୀୟ ଲୋକେ ଉଦ୍ଧାର କରି ଟ୍ରକ ଚାଳକଙ୍କୁ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ବରଗଡ଼ ଟାଉନ ଥାନା ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କଫ ସିରପ, ନିଶା ବଟିକା, ବ୍ରାଉନସୁଗାର ଭଳି ନିଶା କାରବାର ଯୋଗୁ ଏଭଳି ଅପରାଧ ବଢ଼ି ଚାଲିଥିବା ବରଗଡ଼ ସହରବାସୀ ଅଭିଯୋଗ କରିଛନ୍ତି। କିନ୍ତୁ ନିଶା କାରବାରକୁ ପୋଲିସ ସମ୍ପୂର୍ଣ୍ଣଭାବେ ଦମନ କରି ପାରି ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri