ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ ମଧ୍ୟ ଚାଲି ଯାଉଛି। ଗତ କିଛିଦିନ ତଳେ ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ଭୁଜାଲି ଆକ୍ରମଣ ଯୋଗୁ ଜଣଙ୍କ ଜୀବନ ଚାଲି ଯାଇଥିଲା। ତେବେ ତାହା ଲୋକଙ୍କ ଆଖିରୁ ଲିଭି ନ ଥିବାବେଳେ ଶନିବାର ଦିନ ଦ୍ବିପ୍ରହରରେ ବରଗଡ଼ ସହର ଉପକଣ୍ଠ ୫୩ ନମ୍ବର ଜାତୀୟ ରାଜପଥର ଘୁଲିପାଲି ଛକରେ ଜଣେ ଟ୍ରକ୍‌ ଚାଳକଙ୍କୁ ଦୁର୍ବୃତ୍ତମାନେ ଛୁରାମାଡ଼ କରିଛନ୍ତି। ଆହତ ଟ୍ରକ୍‌ ଚାଳକ ଜଣକ କଟକ ଜିଲାର ଏବଂ ସେ ବରଗଡ଼ର ଏକ ଅଟୋ ମୋବାଇଲ ଶୋରୁମକୁ ଆସୁଥିବାବେଳେ ଦୁର୍ବୃତ୍ତଙ୍କ ଆକ୍ରମଣର ସମ୍ମୁଖୀନ ହୋଇଥିଲେ। ଦୁର୍ବୃତ୍ତମାନେ ଟ୍ରକ୍‌ ଚାଳକଙ୍କୁ ଟଙ୍କା ଦାବି କରିଥିଲେ। ମାତ୍ର ତାହା ସେ ନ ଦେବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରିଥିଲେ ବୋଲି ଟ୍ରକ ଚାଳକ ଅଭିଯୋଗ କରିଛନ୍ତି। ସ୍ଥାନୀୟ ଲୋକେ ଉଦ୍ଧାର କରି ଟ୍ରକ ଚାଳକଙ୍କୁ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ବରଗଡ଼ ଟାଉନ ଥାନା ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କଫ ସିରପ, ନିଶା ବଟିକା, ବ୍ରାଉନସୁଗାର ଭଳି ନିଶା କାରବାର ଯୋଗୁ ଏଭଳି ଅପରାଧ ବଢ଼ି ଚାଲିଥିବା ବରଗଡ଼ ସହରବାସୀ ଅଭିଯୋଗ କରିଛନ୍ତି। କିନ୍ତୁ ନିଶା କାରବାରକୁ ପୋଲିସ ସମ୍ପୂର୍ଣ୍ଣଭାବେ ଦମନ କରି ପାରି ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?