ଗଞ୍ଜାମରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ; ବାମ, ଗଣତାନ୍ତ୍ରିକ ରାଜନୈତିକ ଦଳ ପକ୍ଷରୁ ଧାରଣା

ଛତ୍ରପୁର, ୨୬।୬(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହା ବିରୁଦ୍ଧରେ ବାମ, ଗଣତାନ୍ତ୍ରିକ ରାଜନୈତିକ ଦଳ ତରଫରୁ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ଏଥିସହ ଅପରାଧ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯିବା ସହ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ସୂଚନାଥାଉ କି, ଗତ ଦୁଇ ସପ୍ତାହ ମଧ୍ୟରେ ଗଞ୍ଜାମ ଜିଲାରେ ଗୋପାଳପୁର ଗଣବଳାତ୍କାର ଓ ଧରାକୋଟ ଦଳିତ ନିର୍ଯାତନା ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ରାଜ୍ୟ ସରକାର କର୍ପୋରେଟରଙ୍କ ସେବାରେ ବ୍ୟସ୍ତ ଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳାର ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । ବାରମ୍ବାର ଅପରାଧ ସଂଗଠିତ ହେବାଦ୍ୱାରା ଅପରାଧୀଙ୍କ ଆଇନ ପ୍ରତି ଡର ନ ଥିବାପ୍ରମାଣିତ କରୁଛି। ଏସବୁ ଘଟଣା ଯୋଗୁ ଗଞ୍ଜାମ ରାଜ୍ୟ ସହ ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ପରିସ୍ଥିତି ଏଭଳି ଯେ ଆର୍ନ୍ତଜାତିକ ସ୍ତରରେ ଓଡ଼ିଶା ବଦନାମ ହୋଇଥିବା କୁହାଯାଇଛି । ପୂର୍ବରୁ ଜିଲାର ବିଭିନ୍ନ ସ୍ଥାନରେ ଆର୍‌.ଏସ୍‌.ଏସ୍‌. ସମର୍ଥିତ ବଜରଙ୍ଗ ଦଳ, ବିଶ୍ୱ ହିନ୍ଦୁ ପରିଷଦ ଓ ଭାଜପାର ସମର୍ଥକମାନଙ୍କ ଦ୍ବାରା ଗୋସୁରକ୍ଷା ନାମରେ ଗାଇ, ଗୋରୁ ନେଉଥିବା ଦଳିତ ସଂପ୍ରଦାୟର ଛୋଟ ଛୋଟ ଗାଇଗୋରୁ ବ୍ୟବସାୟ ଓ ଚାଷୀଙ୍କ ଉପରେ ଏହି ଶକ୍ତିମାନେ ଲଗାତର ଆକ୍ରମଣ ଓ ବଳପୂର୍ବକ ଅର୍ଥ ଆଦାୟ କରୁଥିଲେ ମଧ୍ୟ ଧରାକୋଟ ଘଟଣା ସବୁଠାରୁ ବଳି ଯାଇଥିବା ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri