ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବର୍ଷିଥିଲେ। ଏହି ଅବସରରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ମହାକାଳପଡ଼ା ବ୍ଲକ ଛକରେ ବିଜେଡି ପକ୍ଷରୁ ଶନିବାର ଏକ ପଥପ୍ରାନ୍ତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ନବୀନ ପଟ୍ଟନାୟକଙ୍କ ଶାସନ ସମୟରେ ମହାକାଳପଡ଼ା ବିକାଶରେ ସାରଥୀ ଥିଲେ। ତେରଗାଁ, ସେତୁ, ଚଣ୍ଡିଆପଲ୍ଲୀ ସେତୁ, ଜମ୍ବୁ – ମାର୍ଶାଘାଇ ରାସ୍ତା, ବାତ୍ୟା ପ୍ରତିରୋଧ ସୁଉଚ୍ଚ ବନ୍ଧ ନିର୍ମାଣ, ରାମଚଣ୍ଡୀ ସେତୁ, ନିପାଣିଆ ଟୁବି ସେତୁ, ତନ୍ତିଆପାଳ ସେତୁ, ବତୀଘରକୁ ବିଦ୍ୟୁତ୍‌ ସଂଯୋଗ, ଦଶମଉଜି ସେତୁ, ଓରତ ସେତୁ ଓ ବଡିହ ସେତୁ ଭଳି ଅନେକ ଜନକଲ୍ୟଣ ଯୋଜନା ଉପରେ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ଦୃଷ୍ଟି ଦେଉଥିଲେ।

ସେହିପରି ୨ ବର୍ଷ ମଧ୍ୟରେ ଭାଜପା ସରକାର ପୂର୍ବ ସରକାରଙ୍କ ବିଭିନ୍ନ ପ୍ରକଳ୍ପରେ ରଙ୍ଗ ମାରିବା ଛଡ଼ା ଲୋକଙ୍କୁ ଭୂଆଁ ଭୁଲା ଯାଉଛି ବୋଲି ନାୟକ କହି ପ୍ରବଳ ବର୍ଷିଥିଲେ। ମହିଳାମାନଙ୍କ ସୁରକ୍ଷା ଓ ସଂରକ୍ଷଣ ଦେବାରେ ଭାଜପା ସରକାର ବିଫଳ ବୋଲି କହିଛନ୍ତି। ଉପସ୍ଥିତ ଥିବା ଦଳୀୟ କର୍ମୀମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ବିଜୟ କୁମାର ଶୁକ୍ଳା, ବିଜୟ ଜେନା, ଅଶୋକ ମହାପାତ୍ର, ନାରାୟଣ ହାଲଦାର, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା ସସ୍ମିତା ବରାଳ, ମନୋଜ ପାତ୍ର, ଅରବିନ୍ଦ ଜେନା, ହେମନ୍ତ ସାହୁ, ଭରତ ପାତ୍ର, ସୁରଭୀ ଜେନା, ସରୋଜ ରାଉତ, ପ୍ରଶାନ୍ତ ସାମନ୍ତରାୟ, ରବୀନ୍ଦ୍ର ପାଳ, ଶରତ ସେଠୀ ଓ ପ୍ରଭାଂଶୁ ପରିଡ଼ାଙ୍କ ସମେତ ବହୁ ସଂଖ୍ୟାରେ ମହିଳା ଓ ବିଜେଡି କର୍ମୀ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri