ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋକ୍ସୋ ଆଇନ, କିଶୋର ନ୍ୟାୟ ଆଇନ , ପୀଡ଼ିତ କ୍ଷତିପୂରଣ ଯୋଜନା ଏବଂ ଭାରତୀୟ ସମ୍ବିଧାନରେ ବର୍ଣ୍ଣିତ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯାଇଥିଲା।

ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ସେଖ୍ ମହମ୍ମଦ କଏସ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ସେ ଭାରତୀୟ ସମ୍ବିଧାନରେ ଉଲ୍ଲେଖିତ ମୌଳିକ କର୍ତ୍ତବ୍ୟ, ସାମାଜିକ ଦାୟିତ୍ୱ ଏବଂ ଆଇନ ପ୍ରତି ସମ୍ମାନବୋଧ ଉପରେ ଆଲୋଚନା କରିଥିଲେ । ପ୍ରଥମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ ଭିୟେନା ନାୟକ ପୋକ୍ସୋ ଆଇନ, ଶିଶୁ ସୁରକ୍ଷା, ଯୌନ ନିର୍ଯାତନା ମାମଲାରେ ଆଇନଗତ ବ୍ୟବସ୍ଥା ଏବଂ ପୀଡ଼ିତଙ୍କ ପାଇଁ ଉପଲବ୍ଧ କ୍ଷତିପୂରଣ ଯୋଜନା ଉପରେ କହିଥିଲେ। ତାଲୁକ ଆଇନ ସେବା କମିଟିର ସଦସ୍ୟ ଡଃ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ଆଇନ ସଚେତନତାର ଗୁରୁତ୍ୱ, ନିଶୁଳ୍କ ଆଇନ ସହାୟତାର ସୁବିଧା ଏବଂ ନାଗରିକମାନେ କିପରି ଆଇନର ସୁରକ୍ଷା ପାଇପାରିବେ ସେ ସମ୍ପର୍କରେ ଆଲୋକପାତ କରିଥିଲେ।

ସେହିପରି ତାଲୁକ ଆଇନ ସେବା କମିଟିର ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ନିଶୁଳ୍କ ଆଇନ ସହାୟତା, ମହିଳାଙ୍କ ଆଇନଗତ ଅଧିକାର ଏବଂ ସଚେତନତାର ଆବଶ୍ୟକତା ଉପରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମରେ ଭଞ୍ଜ କଲେଜ ଅଫ୍ ନର୍ସିଂର ଅଧ୍ୟାପକ ଆଦିତ୍ୟ ପ୍ରସାଦ କର, ଏକାଗ୍ର ସାହୁ ଓ ଶ୍ରୁତିମୟୀ ମିଶ୍ରଙ୍କ ସମେତ ଅନ୍ୟାନ୍ୟ ଅଧ୍ୟାପିକା-ଅଧ୍ୟାପକ, ନର୍ସିଂ ଛାତ୍ରୀଛାତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଘୁମୁସରୀ ଗାଈର ସୁରକ୍ଷା ପାଇଁ ସ୍ୱତନ୍ତ୍ର ବଜେଟ୍ ଦାବି: ଦାବି ପୂରଣ ନହେଲେ ଧର୍ମଘଟ ଚେତାବନୀ

ଭଞ୍ଜନଗର,୨୭।୯(ବାବୁଲା ପ୍ରଧାନ): ଘୁମୁସରୀ ଗୋପାଳ ସମିତି ପକ୍ଷରୁ କାରଗିଲ ଭବନ ଠାରେ ଘାସବାସ ଚାଷ ଓ ଗୋ-ଆଧାରିତ କୃଷିର ବିକାଶ ନିମନ୍ତେ ରବିବାର ଅପରାହ୍ନରେ ଏକ ସାମ୍ବାଦିକ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?