ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସାଧାରଣ ଲୋକଙ୍କ ମଧ୍ୟରେ ଆଇନଗତ ଅଧିକାର, କର୍ତ୍ତବ୍ୟ, ମାଗଣା ଆଇନ ସେବା ଏବଂ ବିଭିନ୍ନ ସରକାରୀ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

କାର୍ଯ୍ୟକ୍ରମରେ ଭଞ୍ଜନଗର ଅତିରିକ୍ତ ଜିଲା ଦୌରାଜଜ୍ ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ସେଖ୍ ମହମ୍ମଦ କଏସ ଯୋଗଦେଇ ଆଇନର ସୁରକ୍ଷା ଓ ନ୍ୟାୟ ପାଇବା ପ୍ରତ୍ୟେକ ନାଗରିକଙ୍କ ଅଧିକାର ବୋଲି କହିଥିଲେ। ଆର୍ଥିକ ଅସୁବିଧା କାରଣରୁ କୌଣସି ବ୍ୟକ୍ତି ଯେପରି ନ୍ୟାୟରୁ ବଞ୍ଚିତ ନହୁଅନ୍ତି, ସେଥିପାଇଁ ଆଇନ ସେବା ପ୍ରାଧିକରଣ ଓ ତାଲୁକ ଆଇନ ସେବା କମିଟି ପକ୍ଷରୁ ଉପଲବ୍ଧ ମାଗଣା ଆଇନ ସହାୟତା ଓ ପରାମର୍ଶ ସମ୍ପର୍କରେ ସେ ଲୋକମାନଙ୍କୁ ଅବଗତ କରାଇଥିଲେ।

ଉପଖଣ୍ଡସ୍ତରୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ସୌମ୍ୟ ରଞ୍ଜନ ପୃଷ୍ଟି ଲୋକମାନଙ୍କୁ ନିଜ ଆଇନଗତ ଅଧିକାର ସମ୍ପର୍କରେ ସଚେତନ ରହିବା ସହ ଆଇନକୁ ସମ୍ମାନ କରିବା ଓ ନିଜର ନାଗରିକ କର୍ତ୍ତବ୍ୟ ପାଳନ କରିବାକୁ ଆହ୍ୱାନ ଦେଇଥିଲେ।

ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିବା ସହ ଯୋଗ୍ୟ ହିତାଧିକାରୀମାନେ ଯେପରି ଏହି ଯୋଜନାଗୁଡ଼ିକର ସୁଫଳ ପାଇପାରିବେ, ସେଥିପାଇଁ ସଚେତନତାର ଆବଶ୍ୟକତା ରହିଥିବା କହିଥିଲେ।

ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର ଆଇନ ଓ ଶୃଙ୍ଖଳା ସମ୍ପର୍କିତ ବିଭିନ୍ନ ବିଷୟ ଉପରେ ଲୋକମାନଙ୍କୁ ସଚେତନ କରିଥିଲେ। ଆଇନର ସଠିକ୍ ଜ୍ଞାନ ହିଁ ଅନେକ ସାମାଜିକ ସମସ୍ୟା ଓ ଅପରାଧକୁ ପ୍ରତିହତ କରିବାରେ ସହାୟକ ହୋଇପାରେ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ସହାୟକ କଲେକ୍ଟର ରାମ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦେଇ ସରକାରୀ ସେବା ଓ ଯୋଜନାର ସୁଫଳ ନେବା ସହ ନିଜର ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ସଚେତନ ରହିବାକୁ ଉପସ୍ଥିତ ଲୋକମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଆଇନ ସେବା କମିଟିର ସଦସ୍ୟ ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ଓ ସଭ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ଉପସ୍ଥିତ ରହି ଆଇନ ସଚେତନତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।

କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା, ଆଇନଗତ ଓ ପ୍ରଶାସନିକ ବିଷୟ, ପଞ୍ଚାୟତସ୍ତରରେ ଆଇନ ସଚେତନତା ଏବଂ ମୌଳିକ କର୍ତ୍ତବ୍ୟ ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡ଼ନର ପ୍ରତିରୋଧ ଓ ମହିଳାଙ୍କ ସୁରକ୍ଷା ସମ୍ପର୍କିତ ଆଇନଗତ ବ୍ୟବସ୍ଥା ବିଷୟରେ ମଧ୍ୟ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା।

ଏହା ସହିତ ଆଗାମୀ ଦିନରେ ନିୟମିତ ଭାବେ ଏଭଳି ଆଇନ ସଚେତନତା ଶିବିର ଆୟୋଜନ କରି ସାଧାରଣ ଲୋକଙ୍କୁ ନିଜ ଅଧିକାର ସମ୍ପର୍କରେ ସଚେତନ କରାଇବାର ଗୁରୁତ୍ୱ ଉପରେ ଆଲୋଚନା ହୋଇଥିଲା।

କାର୍ଯ୍ୟକ୍ରମରେ ମୁଜାଗଡ଼ ଅଞ୍ଚଳର ବହୁ ସଂଖ୍ୟକ ମହିଳା, ପୁରୁଷ ଓ ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ। ସେମାନେ ବିଭିନ୍ନ ଆଇନଗତ ଓ ସାମାଜିକ ସମସ୍ୟା ସମ୍ପର୍କରେ ପ୍ରଶ୍ନ କରିବା ସହ ଉପସ୍ଥିତ ଅଧିକାରୀ ଓ ଆଇନ ସେବା କମିଟିର ସଦସ୍ୟମାନଙ୍କଠାରୁ ଆବଶ୍ୟକ ପରାମର୍ଶ ଗ୍ରହଣ କରିଥିଲେ।

ସାଧାରଣ ଲୋକଙ୍କ ମଧ୍ୟରେ ‘ଆଇନ ସମସ୍ତଙ୍କ ପାଇଁ’ ବାର୍ତ୍ତା ପହଞ୍ଚାଇବା ସହ ନ୍ୟାୟିକ ସେବାକୁ ଲୋକଙ୍କ ନିକଟତର କରିବା ଦିଗରେ ଏହି କାର୍ଯ୍ୟକ୍ରମ ଏକ ସାର୍ଥକ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?