ଯାତ୍ରାରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ବଢୁଛି ବିବାଦ, ଖୁବଶୀଘ୍ର ଆସିବ ଆଇନ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର,୩ା୧୧: ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଖୁବଶୀଘ୍ର ଏକ ଆଇନ ଆସିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସଂସ୍କୃତି ବିଭାଗ ପକ୍ଷରୁ ଆଇନ ବିଭାଗକୁ ସହଯୋଗ କରାଯିବ ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି, ମାନସିକତାରେ ସ୍ବଚ୍ଛତା ଆଣିଲେ ଅଶ୍ଳିଳତା କମିବ ।

ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରକାର ବିଶୃଙ୍ଖଳା ସୃଷ୍ଟିହେଉଛି। ଏହାକୁ ରୋକିବା ଲାଗି ରାଜ୍ୟ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି ବୋଲି କିଛି ଦିନ ତଳେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରକାଶ କରିଥିଲେ। ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ଖୁବୁଶୀଘ୍ର ଆଇନ ଅଣାଯିବ ବୋଲି ମଧ୍ୟ କହିଥିଲେ।

ସୂଚନାରୁ ଯୋଗ, ଗତ କିଛିଦିନ ହେଲା ଯାତ୍ରା ଦର୍ଶକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରକ୍ଷଣଶୀଳ ବ୍ୟକ୍ତି ନିଜ ପରିବାର ଲୋକଙ୍କ ସହ ଯାତ୍ରା ଦେଖିବାକୁ ଆସୁଛନ୍ତି। ହେଲେ ନାଟକ ଆରମ୍ଭ ପୂର୍ବରୁ ହେଉଥିବା ଅଶ୍ଳୀଳ ନୃତ୍ୟକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଛି। ରାଜ୍ୟ ସରକାରଙ୍କ କଡ଼ା ତାଗିଦ ସତ୍ତ୍ୱେ କେତେକ ଅନୁଷ୍ଠାନ ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ଶିକ୍ଷା ବିଭାଗରେ ଚହଳ! ଘରେ ପଶି ଶିକ୍ଷୟିତ୍ରୀଙ୍କୁ ବଳାତ୍କାର, ବିରୋଧ କରିବାରୁ….

ଲକ୍ଷ୍ନୌ,୯ା୮: ଉତ୍ତରପ୍ରଦେଶର ହରଦୋଇ ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri