ଅନ୍‌ଲାଇନ୍‌ରେ ହେବ ଲ’ ପରୀକ୍ଷା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ୍‌ରେ ଲ’ ପରୀକ୍ଷା କରିବାକୁ ସହମତି ପ୍ରକାଶ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଆଇନ ମହାବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପରୀକ୍ଷା ହେବ ବୋଲି ବୁଧବାର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୬ ମାସରେ ୪ଟି ସେମିଷ୍ଟର ପରୀକ୍ଷା ଅଫଲାଇନ୍‌ରେ କରିବାକୁ ଉତ୍କଳ ବିଶ୍ୱବିଦ୍ୟାଳୟ ନିଷ୍ପତ୍ତି ନେଇଥିଲା। ଏହା ନିଷ୍ପତ୍ତି ବିରୋଧରେ ସୋମବାର ଆଇନ ଛାତ୍ରୀଛାତ୍ର ରାସ୍ତାକୁ ଓହ୍ଲାଇଥିଲେ। ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭର୍ସିଟି ଲ’ କଲେଜ, କ୍ୟାପିଟାଲ ଲ’ କଲେଜ, ଏମ୍‌ଏସ୍‌ ଲ’ କଲେଜ ଏବଂ ଦି ଲ’ କଲେଜ ଛାତ୍ରୀଛାତ୍ରମାନେ ବାଣୀବିହାର ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମିଷ୍ଟର ପରୀକ୍ଷା ଅନ୍‌ଲାଇନ୍‌ ମୋଡ୍‌ରେ କରିବା ପାଇଁ କୁଳପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏ ନେଇ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରା ନ ଗଲେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିଙ୍କ ଦୃଷ୍ଟି ଆକର୍ଷଣ କରିବୁ ବୋଲି ଆଇନ ଛାତ୍ରୀଛାତ୍ର ଚେତାବନୀ ଦେଇଥିଲେ। ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଆସନ୍ତା ୨୫ରେ ବସିବାକୁ ଥିବା କମିଟିରେ ନିଷ୍ପତ୍ତି ନିଆଯିବ ବୋଲି ସେହିଦିନ ପରୀକ୍ଷା ନିୟନ୍ତ୍ରକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri