ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ ଛତ୍ରପୁରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍‌ଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି।

ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସ୍ମୃତି ସଭାରେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା ଏବଂ ଭାଜପା ଜିଲା ସଭାପତି ସରୋଜ ସାବତ ପ୍ରମୁଖ ଉପସ୍ଥିତ ଥିଲେ।

ସଭାରେ ବିଭାଜନ ସମୟର ସେହି ଦୁଃଖଦ ଅତୀତକୁ ସ୍ମରଣ କରାଯାଇଥିଲା। ଦେଶର ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ସଂଗ୍ରାମୀମାନଙ୍କୁ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ବିଭାଜନର ବିଭୀଷିକାରୁ ଶିକ୍ଷା ନେଇ ଦେଶର ଏକତା, ଅଖଣ୍ଡତା ଓ ଭାଇଚାରାକୁ ସୁଦୃଢ଼ କରିବା ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?