Posted inଜାତୀୟ

ଫଶିଲେ ଆଇନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୩: କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ନିଜ ମନ୍ତବ୍ୟ ପାଇଁ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ରିଜିଜୁ ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ କିଛି ଅବସରପ୍ରାପ୍ତ ବିଚାରପତି, କାର୍ଯ୍ୟକର୍ତ୍ତାମାନେ ଭାରତ ବିରୋଧୀ ଗ୍ୟାଙ୍ଗର ଅଂଶ ଏବଂ ସେମାନେ ଭାରତୀୟ ନ୍ୟାୟପାଳିକାର ବିରୋଧୀ ଭୂମିକା ଗ୍ରହଣ କରିବାକୁ ଚେଷ୍ଟା କରୁଛନ୍ତି। ଆଇନମନ୍ତ୍ରୀଙ୍କ ଏହି ମନ୍ତବ୍ୟ ପରେ ବିରୋଧୀ ଦଳ ତାଙ୍କୁ ଟାର୍ଗେଟ କରିଛନ୍ତି।
ବିରୋଧୀ ଦଳ ଏହା ଉପରେ କହିଛନ୍ତି, ରିଜିଜୁ ଏଭଳି ଦାବି ପାଇଁ ପ୍ରମାଣ ଦେବା ଉଚିତ୍‌। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରିଜିଜୁଙ୍କ ଉପରେ ଆକ୍ରମଣ କରି କହିଛନ୍ତି, ଏହା ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରିବାର ପ୍ରୟାସ।
ଏଥି ସହିତ ତୃଣମୂଳ କଂଗ୍ରେସ (ଟିଏମସି) ରାଜ୍ୟ ସଭା ଏମ୍‌ପି ଜବାହର ସରକାର ଟୁଇଟର୍‌ରେ କହିଛନ୍ତି, ଜଣେ ମନ୍ତ୍ରୀ ଏପରି ବିବୃତ୍ତି ଦେଇ ପାରିବେ ନାହିଁ। ଆପଣ ପ୍ରମାଣ ଦିଅନ୍ତୁ, ଧମକ ଦିଅନ୍ତୁ ନାହିଁ। ଆରଏସଏସ ସ୍ବାଧୀନତା ସଂଗ୍ରାମରେ ଭାଗ ନେଇ ନ ଥିଲା ଏବଂ ହିନ୍ଦୁ ମହାସଭା ବ୍ରିଟିଶମାନଙ୍କୁ ସମର୍ଥନ କରିଥିଲା। ଆମକୁ ଭାରତ ବିରୋଧୀ ଜ୍ଞାନ ଦିଅ ନାହିଁ।
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି,ଆଇନ ମନ୍ତ୍ରୀ ଡାକୁ ଭଳି କଥାବାର୍ତ୍ତା କରୁଛନ୍ତି। ନ୍ୟାୟ ମନ୍ତ୍ରୀ ଅନ୍ୟାୟ ପ୍ରଚାର କରୁଛନ୍ତି। ଯଦି ଏହି ଭାଷଣ ନ୍ୟାୟପାଳିକାର ସ୍ବାଧୀନତା ପ୍ରତି ବିପଦ ନୁହେଁ, ତେବେ କଣ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri