Posted inଜାତୀୟ

ଫଶିଲେ ଆଇନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୩: କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ନିଜ ମନ୍ତବ୍ୟ ପାଇଁ ଅଡୁଆ ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି। ନିକଟରେ ରିଜିଜୁ ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ କିଛି ଅବସରପ୍ରାପ୍ତ ବିଚାରପତି, କାର୍ଯ୍ୟକର୍ତ୍ତାମାନେ ଭାରତ ବିରୋଧୀ ଗ୍ୟାଙ୍ଗର ଅଂଶ ଏବଂ ସେମାନେ ଭାରତୀୟ ନ୍ୟାୟପାଳିକାର ବିରୋଧୀ ଭୂମିକା ଗ୍ରହଣ କରିବାକୁ ଚେଷ୍ଟା କରୁଛନ୍ତି। ଆଇନମନ୍ତ୍ରୀଙ୍କ ଏହି ମନ୍ତବ୍ୟ ପରେ ବିରୋଧୀ ଦଳ ତାଙ୍କୁ ଟାର୍ଗେଟ କରିଛନ୍ତି।
ବିରୋଧୀ ଦଳ ଏହା ଉପରେ କହିଛନ୍ତି, ରିଜିଜୁ ଏଭଳି ଦାବି ପାଇଁ ପ୍ରମାଣ ଦେବା ଉଚିତ୍‌। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରିଜିଜୁଙ୍କ ଉପରେ ଆକ୍ରମଣ କରି କହିଛନ୍ତି, ଏହା ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରିବାର ପ୍ରୟାସ।
ଏଥି ସହିତ ତୃଣମୂଳ କଂଗ୍ରେସ (ଟିଏମସି) ରାଜ୍ୟ ସଭା ଏମ୍‌ପି ଜବାହର ସରକାର ଟୁଇଟର୍‌ରେ କହିଛନ୍ତି, ଜଣେ ମନ୍ତ୍ରୀ ଏପରି ବିବୃତ୍ତି ଦେଇ ପାରିବେ ନାହିଁ। ଆପଣ ପ୍ରମାଣ ଦିଅନ୍ତୁ, ଧମକ ଦିଅନ୍ତୁ ନାହିଁ। ଆରଏସଏସ ସ୍ବାଧୀନତା ସଂଗ୍ରାମରେ ଭାଗ ନେଇ ନ ଥିଲା ଏବଂ ହିନ୍ଦୁ ମହାସଭା ବ୍ରିଟିଶମାନଙ୍କୁ ସମର୍ଥନ କରିଥିଲା। ଆମକୁ ଭାରତ ବିରୋଧୀ ଜ୍ଞାନ ଦିଅ ନାହିଁ।
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି,ଆଇନ ମନ୍ତ୍ରୀ ଡାକୁ ଭଳି କଥାବାର୍ତ୍ତା କରୁଛନ୍ତି। ନ୍ୟାୟ ମନ୍ତ୍ରୀ ଅନ୍ୟାୟ ପ୍ରଚାର କରୁଛନ୍ତି। ଯଦି ଏହି ଭାଷଣ ନ୍ୟାୟପାଳିକାର ସ୍ବାଧୀନତା ପ୍ରତି ବିପଦ ନୁହେଁ, ତେବେ କଣ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri