ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆଇନମନ୍ତ୍ରୀ , କହୁ କହୁ କହିଦେଲେ…

ଭୁବନେଶ୍ୱର,୧୧।୮: ନିର୍ବାଚନ ସୟରେ ଏବଂ ତା ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ସାରା ଓଡ଼ିଶା ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ଭାଜପା ଆକ୍ସନମୋଡରେ ଅଛି। ପୂର୍ବରୁ ପରିବହନ ମନ୍ତ୍ରୀ ବିଭୂତି ଜେନା ଏନେଇ ତଦନ୍ତ ଆରମ୍ଭ ହୋଇଥିବା କହିଥିବା ବେଳେ ରବିବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ପାଣ୍ଡିଆନ ହେଲିକପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି । ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି । ହେଲିପ୍ୟାଡ଼ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ । କିଏ ନିର୍ଦ୍ଦେଶ ଦେଇଥିଲା? ଏବଂ କେମିତି ନିର୍ଦ୍ଦେଶ ଦେଇଥିଲା ? ବିଭଗୀୟ ସଚିବ ଯାହାର ହେଲିକପ୍ଟର ବ୍ୟବହାର କରିବାର ପ୍ରବଧାନ ନାହିଁ, ସରକାର କେମିତି ଅନୁମତି ଦେଇଥିଲେ? ହେଲିକପ୍ଟର ଅବତାରଣ କରିବା ପାଇଁ ପ୍ରୋସେସ କରିଥିଲେ, ଏ ସବୁ ତଦନ୍ତ ପରିସରଭୁକ୍ତ ହେବ । ତଦନ୍ତ କରାଯାଇ ଦଣ୍ଡବିଧାନ କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?