ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର ହେବ। ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ ଏନ୍ଫୋର୍ସମେଣ୍ଟ ଟିମ୍ ବଡି କ୍ୟାମେରା ପିନ୍ଧିବେ। ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର। ପ୍ରମାଣ ଅଭାବରୁ ଆଉ ଅଭିଯୁକ୍ତ ଆଉ ଖସି ପାରିବେନି ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ଅବକାରୀ କର୍ମଚାରୀ ଓ ଅଫିସରଙ୍କୁ ସଶସ୍ତ୍ର ବାହିନୀ କରିବାକୁ ପ୍ରକ୍ରିୟା ଚାଲିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।