ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଏଥର ଶ୍ରୀମନ୍ଦିର ଗର୍ଭଗୃହ ସହ ଚତୁର୍ଦ୍ଧା ବିଗ୍ରହଙ୍କ ଫୋଟ ଭାଇରାଲ ହୋଇଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶ୍ନ ଉଠିଛି। ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଥିଲେ ମଧ୍ୟ ବାରମ୍ବାର ଏପରି ଘଟଣା ଦେଖିବାକୁ ମିଳୁଛି। ଯାହାକୁ ନେଇ ପୋଲିସର କାର୍ଯ୍ୟ ଉପରେ ଅସନ୍ତୋଷ ପ୍ରକାଶ କରାଯାଇଛି। ଶ୍ରୀମନ୍ଦିର ଭିତରେ ଓ ବାହାରେ ବ୍ୟାପକ ଭାବରେ ପୋଲିସ ମୁତୟନ ସହ ସିସିଟିଭି ରହିଥିବା ବେଳେ ଏଭଳି ଘଟଣା ବାରମ୍ବାର ସାମ୍ନାକୁ ଆସୁଛି। ଶ୍ରୀମନ୍ଦିର ଚାରିଦ୍ୱାରରେ ପୋଲିସ ପକ୍ଷରୁ କଡ଼ା ଯାଞ୍ଚ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡାଯାଉଛି ତଥାପି ଅନେକ ସମୟରେ ଶ୍ରୀମନ୍ଦିର ଭିତରକୁ କିଭଳି ମୋବାଇଲ ଫୋନ ଭିତରକୁ ଯାଉଛି ଓ ଶ୍ରୀମନ୍ଦିର ଫିଟୋ ଉଠି ସୋସିଆଲ ମିଡିଆରେ ଭାଇରାଲ ହେଉଛି ତାହକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।ତେଣୁ ଏଥିପ୍ରତି ପୋଲିସ ପ୍ରଶାସନ ସହ ଜିଲା ପ୍ରଶାସନ ସୁରକ୍ଷା ନେଇ ଅଧିକ ଗୁରୁତ୍ୱ ଦେବାକୁ ସାଧାରଣରେ ଦାବି କରାଯାଇଛି।

ତେବେ ଜଣେ ବ୍ୟକ୍ତି ତାଙ୍କ ଇନଷ୍ଟାଗ୍ରାମ ଆଇଡିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଶ୍ରୀବିଗ୍ରହଙ୍କ ଫଟୋ ଏବଂ ଶ୍ରୀମନ୍ଦିର ଭିତର ବେଢାର ଫଟୋ ଅପଲୋଡ଼ କରିଥିବା ଦେଖିବାକୁ ମିଳିଛି ।ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ବ୍ୟକ୍ତ କରାଯିବା ସହ ଦୃଢ କାର୍ଯ୍ୟାନୁଷ୍ଟାନ ନିମନ୍ତେ ଦାବି କରାଯାଇଛି। ତେବେ ଘଟଣାକୁ ନେଇ ସେବାୟତ ମାନେ କହିଛନ୍ତି କି ଏବେ କିଛିବର୍ଷ ହେବ ଶ୍ରୀମନ୍ଦିର ଭିତର ବେଢା ଫଟୋ ବାରମ୍ବାର ଭାଇରାଲ ହେବାରେ ଲାଗିଛି।

ବର୍ତ୍ତମାନ ଦିନକୁ ଦିନ ଭକ୍ତଙ୍କ ସମାଙ୍ଗମ ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଲୋକମାନେ ସେମାନଙ୍କ ସହ ସାଥିରେ ମୋବାଇଲ ନେଇ ପ୍ରବେଶ କରୁଛନ୍ତି। ଯେଉଁଭଳି ଭାବରେ ଚେକିଂ ହେବା କଥା ସେହିଭଳି ଭାବରେ ଚେକିଂ କରାଯାଉନାହିଁ। ଅତ୍ୟାଧିକ ଭକ୍ତ ଆଗମନ କରୁଥିବାରୁ ପ୍ରଶାସନ ଆଧୁନିକ ଯନ୍ତ୍ରପାତିର ବ୍ୟବହାର କରିବାର ଆବଶ୍ୟକ ରହିଛି। ଶ୍ରୀମନ୍ଦିର ଯେତିକି ସୁରକ୍ଷା ବ୍ୟବସ୍ଥା ରହିବା ଦରକାର ତାହା ପର୍ଯ୍ୟାପ୍ତ ହେଉନି । ସେହିପରି ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ଅରାଯାଇ ଆଇନ ଉଲଘନ କରୁଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରଯାଉ ବୋଲି ଦାବି କରିଛନ୍ତି।

ଏନେଇ ଏସପି ପ୍ରତୀକ ସିଂ କହିଛନ୍ତି କି ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଭାଇରାଲ ହୋଇଥିବା ଘଟଣାଗଣମାଧ୍ୟମରୁ ସୂଚନା ପାଇଲୁ। ଏହି ଘଟଣାକୁ ନେଇ ସିଂହଦ୍ୱାର ଥାନାରେ ଏକ ମାମଲା ରୁଜୁ କରିଛୁ।କେସ ନମ୍ୱର ୨୩୩/୨୫ ଶ୍ରୀଜଗନ୍ନାଥ ଟେମ୍ପୁଲ ଆକ୍ଟରେ ମାମଲା ରୁଜୁ କରାଯାଇଛି। ଯିଏ ଦୋଷୀ ସାବ୍ୟସ୍ତ ହେବ କଡା କାର୍ଯ୍ୟାନୁଷ୍ଠାନ ହେବ।

ଏନେଇ ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି କି ଶ୍ରୀମନ୍ଦିର ପ୍ରଶାସନ କହିବା ପରେ ମଧ୍ୟ କିଛି ଅମାନିଆ ବ୍ୟକ୍ତି ଏପରି କାର୍ଯ୍ୟ କରୁଛନ୍ତି ସେମାନଙ୍କ ବିରୋଧରେ ଆହୁରୀ କୋଠର ଦଣ୍ଡବିଧାନ କରାଯିବ ତାହାକୁ ନେଇ ଯୋଜନା ଚାଲିଛି। ଏପରି କାର୍ଯ୍ୟ କରୁଥିବା ବ୍ୟକ୍ତି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସୁନାହାନ୍ତି । ଏଭଳି ଡ୍ରାମା କରି ନିଜର ସୋସିଆଲ ମିଡିଆ ଚଲେଇବାକୁ ଆସୁଛନ୍ତି। ତେଣୁ ଏପରି କାର୍ଯ୍ୟ ଯେପରି ବନ୍ଦ କରିବା ପାଇଁ ବ୍ୟବସ୍ଥା କରାଯାଉଛି। ଶ୍ରୀମନ୍ଦିର ଆଇନର ଆକ୍ଟରେ କିଛି ପରିବର୍ତ୍ତନ ପାଇଁ କଥା ଚାଲିଛି। ଯାହାଫଳରେ ମୋବାଇଲ ଫୋନ, ହିଡେନ କ୍ୟାମେରା, ଫଟୋ ଭାଇରାଲ ଉପରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରାଯାଇ ପାରିବ। ତେଣୁ ଏନେଇ ବର୍ତ୍ତମାନ ପକ୍ରିୟା ଜାରି ରହିଛି ବୋଲି ଆଇନମନ୍ତ୍ରୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri