ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଯାଜପୁର,୨୨ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଆଇନ ମନ୍ତ୍ରୀ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ବିରୋଧରେ ଭୟଙ୍କର ଆକ୍ସନ ନିଆଯିବ କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। କିଛି ଲୋକଙ୍କର ଏପର୍ଯ୍ୟନ୍ତ ଦୋଷ ଛାଡ଼ିନି, ଆଜି ବି ସେୟା କରିବାକୁ ଚେଷ୍ଟ କରୁଛନ୍ତି। ସେମାନଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ଆମ ସରକାରକୁ ଜଣାଅଛି। କେବଳ ବିଧାୟକ ନୁହେଁ, ସାଧାରଣ ଲୋକ ଉପରେ ବି ଅତ୍ୟାଚାର କଲେ ଫଳ ଭୋଗିବେ। ଏଭଳି ଘଟଣା ଭବିଷ୍ୟତରେ ଯେଭଳି ନହେବ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ।

ତେବେ ଯାଜପୁର ଟାଉନ ନିକଟବର୍ତ୍ତୀ ବୁଢ଼ାନଦୀ ପୋଲ ନିକଟରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ)ଙ୍କୁ ମାଡମାରିବା ଘଟଣାରେ ସଦର ଥାନା ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅଭିଯୁକ୍ତମାନଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତମାନେ ହେଲେ ବିଜେଡି କର୍ମୀ ସରୋଜ କୁମାର ଦାସ, ଶ୍ରୀହରି ମହାପାତ୍ର, ଗଣେଶ ଜେନା, ଦେବଦତ୍ତ ଦାସ, ସତ୍ୟବ୍ରତ ରାଉତରାୟ, ଜଗନ୍ନାଥ ବାରିକ, ସୁନୀଲ କୁମାର ସିଂହ, ମୁକ୍ତିକାନ୍ତ ନାୟକ, ବିଜୟ କୁମାର ଧଳ ଓ ଦିଲୀପ କୁମାର ଜେନା। ଯାଜପୁର ସଦର ଥାନାରେ ଶକ୍ତିପ୍ରସାଦ ରାଉତ, ସୁଧାଂଶୁ ଶେଖର ସାହୁ, ଅଜୟ କୁମାର ପଣ୍ଡା ଓ ମାନସ ରଞ୍ଜନ ବାରିକଙ୍କ ପକ୍ଷରୁ ଲିଖିତ ଏତଲା ଦାୟର ହେବାପରେ ସଦର ଥାନାରେ ୪ ମାମଲା(ନଂ.୩୩୦, ୩୩୧, ୩୩୨ ଓ ୩୩୩/୨୦୨୪)ରୁଜୁ ହୋଇଛି।

ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ କରାଯାଇଛି। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ କରିବା ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।

ଘଟଣାକୁ ନେଇ ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟ କହିଛନ୍ତି, ବିରଜା ମନ୍ଦିର ପ୍ରକଳ୍ପକୁ କୌଣସି ସମୟରେ କେହି ବିରୋଧ କରୁନାହାନ୍ତି। ଏହା ପୂର୍ବପରି ଚାଲୁ ରହିଛି । ଏହାକୁ ଭାଜପା କିମ୍ବା ପ୍ରଶାସନ ବିରୋଧ କରୁ ନ ଥିବା ସ୍ଥଳେ ବିଜେଡି ନେତାମାନେ ଜନସାଧାରଣଙ୍କୁ ଭ୍ରମିତ କରିବା ପାଇଁ ଗଣମାଧ୍ୟମରେ ମିଥ୍ୟା ବିବୃତି ଦେଉଛନ୍ତି। ଏହି ପ୍ରକଳ୍ପକୁ ବନ୍ଦ କରାଯିବା ପାଇଁ କୌଣସି ସମ୍ଭାବନା ନାହିଁ। ବିରଜା ଅଗ୍ନେଶ୍ୱର ହାଟକୁ ଚଳାଇବା ପାଇଁ ବ୍ୟବସାୟୀମାନେ ଜିଲା ପ୍ରଶାସନ ନିକଟରେ ଦାବି କରିବାରୁ ଏହା ଚାଲୁ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା। ଯେଉଁମାନେ ବୁଧବାର ରାତିରେ ଧର୍ମଶାଳା ବିଧାୟକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ସେମାନଙ୍କ ମଧ୍ୟରୁ ଅନେକ ବିଜେଡି ନେତା ହାଟକୁ ବନ୍ଦ କରିବା ପାଇଁ ଗୁରୁବାର ଏକଜୁଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri