ଦୁର୍ଘଟଣାରେ ଆଇନ ଛାତ୍ରଙ୍କ ମୃତ୍ୟୁ

ରୂପସା,୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ବାଇପାସ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଜଣେ ଆଇନ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ର ହେଲେ ପଶ୍ଚିମବଙ୍ଗ କଲିକତା ଅଞ୍ଚଳର ଅରୁଣ ଚାଟାର୍ଜୀଙ୍କ ପୁଅ ଅଭି ଚାଟାର୍ଜୀ (୪୧) । ସେ ବାଲେଶ୍ୱର ଆଇନ କଲେଜରେ ଅଧ୍ୟୟନ କରୁଥିବା ଜଣାପଡିଛି । ସେ ତାଙ୍କ ସ୍କୁଟି ନଂ ଡବ୍ଲ୍ୟୁବି୦୧ଏଏନ୍‌୫୨୫୫ ଯୋଗେ ବାଲେଶ୍ୱର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା । ଛାତ୍ରଜଣକର ମୁଣ୍ଡକୁ ଚାପି ଦେଇ ଅଜଣା ଗାଡିଟି ଚମ୍ପଟ ମାରିଥିଲା । ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ଓ ରାଜପଥ ଆମ୍ବୁଲାନ୍ସ ପହଞ୍ଚି ମୃତଦେହ ଜବତ କରିଥିଲେ। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି । ମୃତକଙ୍କ ଠାରୁ ମିଳିଥିବା ଆଇନ କଲେଜର ଆଇଡେଣ୍ଟିଟି କାର୍ଡରୁ ତାଙ୍କର ପରିଚୟ ମିଳିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri