୬ ମାସରେ ୪ଟି ସେମିଷ୍ଟର ଅଫ୍‌ଲାଇନ ପରୀକ୍ଷା ନେଇ ଆଇନ୍‌ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ସୋମବାର ଆଇନ ଛାତ୍ରୀଛାତ୍ର ବିକ୍ଷୋଭ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭରସିଟି ଲ କଲେଜ, କ୍ୟାପିଟାଲ ଲ କଲେଜ, ଏମ୍‌ଏସ୍‌ ଲ କଲେଜ ଏବଂ ଦ ଲ କଲେଜ ଛାତ୍ରୀଛାତ୍ର ଏହି ବିକ୍ଷୋଭରେ ସାମିଲ ହୋଇଛନ୍ତି । ତରବରିଆ ଭାବେ ୬ମାସରେ ୪ଟି ସେମିଷ୍ଟର ଅଫଲାଇନ ପରୀକ୍ଷା କରାଇବା ନିଷ୍ପତ୍ତି ବିରୋଧରେ ଏହି ବିକ୍ଷୋଭ ହୋଇଛି। ଏହା ବାର୍‌ କାଉନସିଲ ନିୟମର ବିରୋଧାଚରଣ କରୁଛି ବୋଲି ସେମାନେ ଅଭିଯୋଗ କରିଛନ୍ତି।
ଦେଢ଼ ବର୍ଷ ହେଲା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କିଛି କହୁ ନ ଥିବା ବେଳେ ଏବେ କହୁଛନ୍ତି ୬ ମାସରେ ୪ଟି ସେମିଷ୍ଟର ପରୀକ୍ଷା ଦିଅ । ଯାହା ସମ୍ପୂର୍ଣ୍ଣ ଅସମ୍ଭବ ବୋଲି ଶତାଧିକ ଆଇନ ଛାତ୍ରୀଛାତ୍ର କହିଛନ୍ତି ।ଏ ନେଇ ୭, ୮, ୯, ୧୦ ସେମିଷ୍ଟର ଅନ୍‌ଲାଇନ ମୋଡ଼ରେ କରିବାକୁ ନେଇ କୁଳପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରା ନ ଗଲେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିଙ୍କ ଦୃଷ୍ଟି ଆକର୍ଷଣ କରିବୁ ବୋଲି ଆଇନ ଛାତ୍ରୀଛାତ୍ର କହିଛନ୍ତି ।
ଅନ୍ୟପଟେ ପରୀକ୍ଷା ନିୟନ୍ତ୍ରକ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି । ଛାତ୍ରୀଛାତ୍ରଙ୍କ ସ୍ବର୍ଥକୁ ଦୃଷ୍ଟିରେ ରଖି ଆସନ୍ତା ୨୫ରେ ବସିବାକୁ ଥିବା କମିଟିରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri