ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଧାୟକ-ମେୟରଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର,୨୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ପୋଲିସ ବିଜେଡିର ଗଞ୍ଜାମ ଜିଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା(୫୧) ସମେତ ମୋଟ୍‌ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ୧୨ ଜଣଙ୍କ ମଧ୍ୟରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁ(୪୯) ଏବଂ ବର୍ତ୍ତମାନର ୪୧ ନମ୍ବର ଓ୍ବାର୍ଡ କର୍ପୋରେଟର ମଳୟ ବିଷୋୟୀ(୫୮), ବିଜେଡି ନେତା ମଦନ ଦଳାଇ(୫୦), ବନ୍ଥପଲିର ଛାତ୍ରନେତା ଯୋଗୀ ରାଉତ(୨୫) ରହିଛନ୍ତି। ସେହିପରି ଅନ୍ୟ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଚାନ୍ଦପୁରର ରାଜେନ୍ଦ୍ର ସାହୁ(୨୩) ଓ ବନ୍ଥାପଲିର କାଳୁଚରଣ ଭୂୟାଁ(୩୯), ଚିନ୍ତୁ ପ୍ରଧାନ(୨୫), ହିଞ୍ଜିଳିକାଟୁର ବିପିନ ସୱାଇଁ(୩୫), ହାହିପ୍ରିୟାପୁର ଖଦାଳ ସାହିର ସୀମାଞ୍ଚଳ ନାୟକ(୩୦), ବିହାର ରାଜ୍ୟର ସିସିପାଲ କୁମାର ପାଶଓ୍ବାନ(୨୫) ଓ କୁନ୍ଦନ କୁମାର(୨୨) । ଏହା ଏକ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ଥିଲା ବୋଲି ବ୍ରହ୍ମପୁର ଏସ୍‌ପି ଡା ସର୍ବନା ବିବେକ ଏମ୍‌ ସୂଚନା ଦେଇଛନ୍ତି । ବିକ୍ରମ ଓ ପିଣ୍ଟୁ ଦାସ ମିଳିତ ଭାବେ ଏହି ଷଡ଼ଯନ୍ତ୍ର କରିଥିବା ବେଳେ ଅନ୍ୟମାନେ ଏହାକୁ କାର୍ଯ୍ୟକାରୀ କରାଇଥିଲେ। ମୋଟ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ସୁଟରମାନେ ଆଗୁଆ ୧୦ ଲକ୍ଷ ନେଇଥିଲେ। ପୋଲିସ ଅଭିଯୁକ୍ତଙ୍କଠାରୁ ୨ ଟି ବନ୍ଧୁକ, ଏକାଧିକ ମୋବାଇଲ ଜବତ କରିଛି । ଏହି ମାମଲାରେ ଅଭିଯୁକ୍ତ ଥିବା ସୁଦର୍ଶନ ଜେନା କୁରୁପତି ଭୂୟାଁ ଓ ଉମା ବିଷୋୟୀ ଏବେ ମଧ୍ୟ ଫେରାର ଅଛନ୍ତି ବୋଲି ଏସ୍‌ପି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri