ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଧାୟକ-ମେୟରଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର,୨୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ପୋଲିସ ବିଜେଡିର ଗଞ୍ଜାମ ଜିଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା(୫୧) ସମେତ ମୋଟ୍‌ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ୧୨ ଜଣଙ୍କ ମଧ୍ୟରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁ(୪୯) ଏବଂ ବର୍ତ୍ତମାନର ୪୧ ନମ୍ବର ଓ୍ବାର୍ଡ କର୍ପୋରେଟର ମଳୟ ବିଷୋୟୀ(୫୮), ବିଜେଡି ନେତା ମଦନ ଦଳାଇ(୫୦), ବନ୍ଥପଲିର ଛାତ୍ରନେତା ଯୋଗୀ ରାଉତ(୨୫) ରହିଛନ୍ତି। ସେହିପରି ଅନ୍ୟ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଚାନ୍ଦପୁରର ରାଜେନ୍ଦ୍ର ସାହୁ(୨୩) ଓ ବନ୍ଥାପଲିର କାଳୁଚରଣ ଭୂୟାଁ(୩୯), ଚିନ୍ତୁ ପ୍ରଧାନ(୨୫), ହିଞ୍ଜିଳିକାଟୁର ବିପିନ ସୱାଇଁ(୩୫), ହାହିପ୍ରିୟାପୁର ଖଦାଳ ସାହିର ସୀମାଞ୍ଚଳ ନାୟକ(୩୦), ବିହାର ରାଜ୍ୟର ସିସିପାଲ କୁମାର ପାଶଓ୍ବାନ(୨୫) ଓ କୁନ୍ଦନ କୁମାର(୨୨) । ଏହା ଏକ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ଥିଲା ବୋଲି ବ୍ରହ୍ମପୁର ଏସ୍‌ପି ଡା ସର୍ବନା ବିବେକ ଏମ୍‌ ସୂଚନା ଦେଇଛନ୍ତି । ବିକ୍ରମ ଓ ପିଣ୍ଟୁ ଦାସ ମିଳିତ ଭାବେ ଏହି ଷଡ଼ଯନ୍ତ୍ର କରିଥିବା ବେଳେ ଅନ୍ୟମାନେ ଏହାକୁ କାର୍ଯ୍ୟକାରୀ କରାଇଥିଲେ। ମୋଟ ୫୦ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ବେଳେ ସୁଟରମାନେ ଆଗୁଆ ୧୦ ଲକ୍ଷ ନେଇଥିଲେ। ପୋଲିସ ଅଭିଯୁକ୍ତଙ୍କଠାରୁ ୨ ଟି ବନ୍ଧୁକ, ଏକାଧିକ ମୋବାଇଲ ଜବତ କରିଛି । ଏହି ମାମଲାରେ ଅଭିଯୁକ୍ତ ଥିବା ସୁଦର୍ଶନ ଜେନା କୁରୁପତି ଭୂୟାଁ ଓ ଉମା ବିଷୋୟୀ ଏବେ ମଧ୍ୟ ଫେରାର ଅଛନ୍ତି ବୋଲି ଏସ୍‌ପି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?