କବାଡ଼ି ଖେଳାଳିଙ୍କୁ ଗୁଳି କରି ହତ୍ୟା, ନିଜକୁ ଦାୟୀ କଲା ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ

ଚଣ୍ଡିଗଡ଼,୫।୧୧: ପଞ୍ଜାବରେ କବାଡି ଖେଳାଳିଙ୍କ ଉପରେ ଆକ୍ରମଣ ବୃଦ୍ଧି ପାଉଛି। ଗତକାଲି ବିଳମ୍ବିତ ରାତିରେ ଲୁଧିଆନା ଜିଲାର ସମରାଲା ବ୍ଲକ ଅନ୍ତର୍ଗତ ମାନକି ଗାଁରେ ଆଉ ଏକ ବଡ଼ ଘଟଣା ଘଟିଛି, ଯେଉଁଠାରେ ୨୩ ବର୍ଷୀୟ କବାଡି ଖେଳାଳି ଗୁରବିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୋଲିସର ସୂଚନା ଅନୁଯାୟୀ, ଚାରି ଜଣ ମୁଖାପିନ୍ଧା ଆକ୍ରମଣକାରୀ ଏକ ମୋଟରସାଇକେଲରେ ଆସି ଗୁରବିନ୍ଦର ଏବଂ ତାଙ୍କ ବନ୍ଧୁଙ୍କ ଉପରେ ଅତର୍କିତ ଗୁଳି ଚଳାଇଥିଲେ।
ଘଟଣା ସମୟରେ, ଗୁରବିନ୍ଦର ତାଙ୍କ ବନ୍ଧୁ ଧରମବୀର ଏବଂ ଲଭପ୍ରୀତ ସିଂହଙ୍କ ସହିତ ଗାଁ ମେଡିକାଲ ଷ୍ଟୋର ନିକଟରେ ଏକ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି କରୁଥିଲେ। ଆକ୍ରମଣକାରୀମାନେ ହଠାତ ଉପସ୍ଥିତ ହୋଇ ବିନା ଚେତାବନୀରେ ଗୁଳି ଚଳାଇଥିଲେ। ଘଟଣାସ୍ଥଳରୁ ଅନେକ ଖାଲି କାର୍ଟ୍ରିଜ ଉଦ୍ଧାର କରାଯାଇଛି।
କୁଖ୍ୟାତ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ଏହି ହତ୍ୟା ପାଇଁ ନିଜକୁ ଦାୟୀ କରିଛି। ଗ୍ୟାଙ୍ଗ ସଦସ୍ୟ ହରି ବକ୍ସର ଏବଂ ଆରଜୁ ବିଷ୍ନୋଇ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଘଟଣା ପାଁ ଗ୍ୟାଙ୍ଗକୁ ଦାୟୀ କରିଛନ୍ତି। ପୂର୍ବରୁ, ଅକ୍ଟୋବର ୩୧ରେ, ଲୁଧିଆନାରେ କବାଡି ଖେଳାଳି ତେଜପାଲଙ୍କୁ ମଧ୍ୟ ହତ୍ୟା କରାଯାଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri