ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି କହିଛନ୍ତି। ଆସନ୍ତା ଗୁରୁବାରଠାରୁ ୨ ଦିନ ବ୍ୟାପୀ ଚେନ୍ନାଇଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଭାରତର ସାର୍ବଭୌମତ୍ୱ ଏବଂ ଜାତୀୟ ଐକ୍ୟ ଅକ୍ଷୁଣ୍ଣ ରଖିବା ଦିଗରେ କେନ୍ଦ୍ର ସରକାରଙ୍କ ବିଫଳତା ସମ୍ପର୍କରେ ଆଲୋଚନା ହେବା ସହ ଭାରତୀୟ ସମ୍ବିଧାନର ସୁରକ୍ଷା ଉପରେ ସଂକଳ୍ପ ପାରିତ କରାଯିବ। ଏହି ଜାତୀୟ ସମ୍ମିଳନୀକୁ ତାମିଲନାଡୁ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଥିବା ବେଳେ ଏଥିରେ ପାଲେଷ୍ଟାଇନ, କ୍ୟୁବା ଏବଂ ଋଷ ରାଷ୍ଟ୍ରଦୂତଙ୍କ ସମେତ ନେପାଳ ଶାନ୍ତି ଓ ସଂହତି ସଙ୍ଗଠନର ସଭାପତି ସତୀଶ ଅଧିକାରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ଆଇନଜୀବୀ ହରପ୍ରସାଦ ଇସ୍‌କଫର ଗଞ୍ଜାମ ଜିଲା ସଭାପତି ଭାବେ ନିଯୁକ୍ତ ଥିବା ବେଳେ ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ୱରେ ମଧ୍ୟ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?