ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ

ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ ଅଞ୍ଚଳର ଅନନ୍ତ ନାରାୟଣ ପଣ୍ଡା ନାମକ ଜଣେ ଆଇନଜୀବୀଙ୍କୁ ଗିରଫ କରିଛି। ଏନେଇ କେସ୍‌ ନଂ ୩୩୦/୨୩ରେ ଏକ ମାମଲା ରୁଜୁ କରାଯାଇ ଶନିବାର କୋର୍ଟଚାଲାଣ କରାଯାଇଛି।
ଉକ୍ତ ମହିଳାଙ୍କ ସ୍ବାମୀଙ୍କ ଦେହାନ୍ତ ପରେ ଜମିଜମା ମାମଲାରେ ଅନନ୍ତ ତାଙ୍କ ସମ୍ପର୍କରେ ଆସିଥିଲେ। ତେବେ ପରେ ତାଙ୍କ ଭିଡିଓ ଉତ୍ତୋଳନ କରି ଭାଇରାଲ କରିବା ଯୋଗୁ ମହିଳାଙ୍କ ସାମାଜିକ ସ୍ଥିତି ବିଗିଡୁଥିବା ସେ ଅଭିଯୋଗ କରିଥିଲେ। ଏପରିକି ଆଇନଜୀବୀଙ୍କ ମୋବାଇଲ, କମ୍ପ୍ୟୁଟର ଜବତ କରିବା ପାଇଁ ମହିଳାଜଣଙ୍କ ପୋଲିସ ନିକଟରେ ଦାବି କରିଛନ୍ତି।  ଟଙ୍କା ନେଣଦେଣ ଘଟଣାକୁ କେନ୍ଦ୍ରକରି ମହିଳାଜଣଙ୍କ ତାଙ୍କ ନାମରେ ଅଭିଯୋଗ କରିଥିବା ଆଇନଜୀବୀ ପାଲଟା ଅଭିଯୋଗ କରିଛନ୍ତି। ପୋଲିସ ଶୁକ୍ରବାର ରାତିରେ ତାଙ୍କୁ ଭଦ୍ରକରୁ ଗିରଫ କରିଥିଲା। ଅପରପକ୍ଷେ ମହିଳା ଜଣଙ୍କ ଅଶ୍ଳୀଳ ଭିଡିଓ ସମ୍ପର୍କରେ ଅଭିଯୋଗ କରିବା ସହିତ ଆଇନଜୀବୀ ଓ ମହିଳା ପରସ୍ପର ବିରୋଧରେ ଟଙ୍କା ନେଣଦେଣ ଅଭିଯୋଗ କରୁଥିବା ସିମୁଳିଆ ଥାନା ଅଧିକାରଣୀ ସ୍ବର୍ଣ୍ଣଲତା ମିଞ୍ଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri