ପୀତବାସ ପଣ୍ଡା ହତ୍ୟାକାରୀଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା ଓକିଲ ସଂଘ

ପୁରୁଷୋତ୍ତମପୁର,୮ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ବରିଷ୍ଠ ଓକିଲ ତଥା ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଅତି ନିର୍ମମ ଭାବେ ଗୁଳିକରି ହତ୍ୟା ଘଟଣାକୁ ପୁରୁଷୋତ୍ତମପୁର ଓକିଲ ସଂଘ ତୀବ୍ର ନିନ୍ଦା କରିଛି। ପୀତବାସ ପଣ୍ଡା ଅମର ରହେ ଧ୍ବନିରେ ପରୁଷୋତ୍ତମପୁର ସହର ପ୍ରକମ୍ପିତ ହୋଇଉଠିଛି। ସଭାପତି କୃଷ୍ଣଚନ୍ଦ୍ର ଗୌଡ଼ଙ୍କ ପୌରୋହିତ୍ୟରେ ବୁଧବାର ଏକ ଶୋକସଭା ଅନୁଷ୍ଠିତ ହୋଇ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା। ଏହାସହ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରି କଠୋର ଦଣ୍ଡବିଧାନ କରିବା, ଘଟଣାର ନ୍ୟାୟିକ ତଦନ୍ତ କରିବା, ମୃତ ପଣ୍ଡାଙ୍କ ପରିବାରକୁ ସରକାର ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିବା ଓ ତୁରନ୍ତ ଆଇନଜୀବୀ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବି କରିଥିଲେ। ଏହାସହ ଓକିଲମାନେ ପେନ୍‌ଡାଉନ୍‌ କରି ଏକ ଶୋଭାଯାତ୍ରାରେ ପୀତବାସ ପଣ୍ଡା ଅମର ରହେ ନାରା ଦେଇ ସହର ପରିକ୍ରମାକରି ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ। ଏଥିରେ ସମ୍ପାଦକ ରବୀନ୍ଦ୍ର କୁମାର ସାହୁ , ଉପସଭାପତି ଦୁର୍ଗାଚରଣ ଦାଶ, ସହ ସମ୍ପାଦକ କେ.ଶଶାଙ୍କ ଶେଖର ରାଓ, ବରିଷ୍ଠ ଓକିଲ ଅରୁଣ କୁମାର ପଣ୍ଡା,ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ଉପେନ୍ଦ୍ର ପଣ୍ଡା, ଗୌରୀଶଙ୍କର ରାଉଳ, ସୀତାରାମ ପାଣିଗ୍ରାହୀ, ପ୍ରଶାନ୍ତ କୁମାର ମହାପାତ୍ର, ବାସୁଦେବ ଜେନା, ପ୍ରଭାତ କୁମାର ପଟ୍ଟନାୟକ, ଅମ୍ରେଶ ତ୍ରିପାଠୀ,ଅଶୋକ ମହାକୁଡ, ସଦାଶିବ ପଣ୍ଡା, କୃଷ୍ଣଚନ୍ଦ୍ର ସାହୁ, ରମାରଞ୍ଜନ ଦାଶ, ଅକ୍ଷୟ ବେହେରାଙ୍କ ସମେତ ବହୁ ଓକିଲ ଉପସ୍ଥିତ ଥିଲେ।

 

Dharitri – The Most Trusted Odia Daily of Odisha

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri