ପୀତବାସ ପଣ୍ଡା ହତ୍ୟାକାରୀଙ୍କୁ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲା ଓକିଲ ସଂଘ

ପୁରୁଷୋତ୍ତମପୁର,୮ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ବରିଷ୍ଠ ଓକିଲ ତଥା ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଅତି ନିର୍ମମ ଭାବେ ଗୁଳିକରି ହତ୍ୟା ଘଟଣାକୁ ପୁରୁଷୋତ୍ତମପୁର ଓକିଲ ସଂଘ ତୀବ୍ର ନିନ୍ଦା କରିଛି। ପୀତବାସ ପଣ୍ଡା ଅମର ରହେ ଧ୍ବନିରେ ପରୁଷୋତ୍ତମପୁର ସହର ପ୍ରକମ୍ପିତ ହୋଇଉଠିଛି। ସଭାପତି କୃଷ୍ଣଚନ୍ଦ୍ର ଗୌଡ଼ଙ୍କ ପୌରୋହିତ୍ୟରେ ବୁଧବାର ଏକ ଶୋକସଭା ଅନୁଷ୍ଠିତ ହୋଇ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଥିଲା। ଏହାସହ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରି କଠୋର ଦଣ୍ଡବିଧାନ କରିବା, ଘଟଣାର ନ୍ୟାୟିକ ତଦନ୍ତ କରିବା, ମୃତ ପଣ୍ଡାଙ୍କ ପରିବାରକୁ ସରକାର ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିବା ଓ ତୁରନ୍ତ ଆଇନଜୀବୀ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବି କରିଥିଲେ। ଏହାସହ ଓକିଲମାନେ ପେନ୍‌ଡାଉନ୍‌ କରି ଏକ ଶୋଭାଯାତ୍ରାରେ ପୀତବାସ ପଣ୍ଡା ଅମର ରହେ ନାରା ଦେଇ ସହର ପରିକ୍ରମାକରି ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ। ଏଥିରେ ସମ୍ପାଦକ ରବୀନ୍ଦ୍ର କୁମାର ସାହୁ , ଉପସଭାପତି ଦୁର୍ଗାଚରଣ ଦାଶ, ସହ ସମ୍ପାଦକ କେ.ଶଶାଙ୍କ ଶେଖର ରାଓ, ବରିଷ୍ଠ ଓକିଲ ଅରୁଣ କୁମାର ପଣ୍ଡା,ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ଉପେନ୍ଦ୍ର ପଣ୍ଡା, ଗୌରୀଶଙ୍କର ରାଉଳ, ସୀତାରାମ ପାଣିଗ୍ରାହୀ, ପ୍ରଶାନ୍ତ କୁମାର ମହାପାତ୍ର, ବାସୁଦେବ ଜେନା, ପ୍ରଭାତ କୁମାର ପଟ୍ଟନାୟକ, ଅମ୍ରେଶ ତ୍ରିପାଠୀ,ଅଶୋକ ମହାକୁଡ, ସଦାଶିବ ପଣ୍ଡା, କୃଷ୍ଣଚନ୍ଦ୍ର ସାହୁ, ରମାରଞ୍ଜନ ଦାଶ, ଅକ୍ଷୟ ବେହେରାଙ୍କ ସମେତ ବହୁ ଓକିଲ ଉପସ୍ଥିତ ଥିଲେ।

 

Dharitri – The Most Trusted Odia Daily of Odisha

Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri