କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ ବରଗଡ଼ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ବରଗଡ଼ ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସରାଫଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ବରଗଡ଼ ଟାଉନ ଥାନା ପୋଲିସ ୩ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ବରଗଡ଼ ଏସପି ରବିନ୍ଦ୍ରନାଥ ଶତପଥୀ ଡାକ୍ତରଖାନା ପହଞ୍ଚି ସରାଫଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସୂଚନା ଅନୁଯାୟୀ, ଓକିଲ ସଂଘ ସଭାପତି ସରାଫ ନିଜ କାର୍‌ ଯୋଗେ କୋର୍ଟକୁ ଆସୁଥିଲେ। ତେବେ ସେହି ସମୟରେ କୋର୍ଟ ସମ୍ମୁଖ ରାସ୍ତା ଉପରେ ୩ବାଇକ ଆରୋହୀ ପଡିଯିବାରୁ ସରାଫ କାର୍‌ ଭିତରୁ ଓହ୍ଲାଇ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ଘଟଣାସ୍ଥଳକୁ ପହଞ୍ଚିଥିଲେ। କିନ୍ତୁ ସେହି ୩ବାଇକ ଆରୋହୀ ବାଇକ ଭିତରୁ ମଦ ବୋତଲ ବାହାର କରି ସରାଫଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। କୋର୍ଟ ପରିସରରେ ରହିଥିବା ଅନ୍ୟ ଓକିଲମାନେ ସେଠାକୁ ପହଞ୍ଚି ସରାଫଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ । ଘଟଣାକୁ ନେଇ ଓକିଲ ସଂଘ ଉଦବେଗ ପ୍ରକାଶ କରିଥିବାବେଳେ ଏହି ଘଟଣାରୁ ସହରର ସୁରକ୍ଷା ବ୍ୟବସ୍ଥା ତଥା ସୁରକ୍ଷା କ୍ଷେତ୍ରରେ ପୋଲିସର ଢିଲା ପଦାରେ ପଡିଯାଇଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?