ଓକିଲଙ୍କ ବାଇକ ଚୋରି ମାମଲା, ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ବରିଷ୍ଠ ସଦସ୍ୟ ଲକ୍ଷ୍ମୀ ନାରାୟଣ ପାଢ଼ୀଙ୍କ ବାଇକ ଚୋରି ମାମଲାରେ ବୁଧବାର କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅଭିଯୁକ୍ତ ଜଗନ୍ନାଥ ବିଷୋୟୀଙ୍କୁ ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) ନିଳିମା ଷଡ଼ଙ୍ଗୀ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ଗତ ୨୦୨୫ ନଭେମ୍ବର ୨୦ ତାରିଖ ରାତିରେ ଓକିଲ ପାଢ଼ୀ ତାଙ୍କର ୟାମାହା ବାଇକଟିକୁ ନିଜ ଘର ସମ୍ମୁଖରେ ରଖିଥିଲେ। ପରଦିନ ସକାଳେ ବାଇକଟି ଚୋରି ହୋଇଯାଇଥିବା ଜାଣିବାକୁ ପାଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ପୋଲିସ ଏହି ଅଭିଯୋଗକୁ ଭିତ୍ତି କରି ମାମଲା ରୁଜୁ କରିବା ସହ ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ଗ୍ରାମର ଜଗନ୍ନାଥଙ୍କୁ ଗିରଫ କରିଥିଲା। ପୋଲିସ ତାଙ୍କ ନିକଟରୁ ବାଇକ ଜବତ କରି କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା।
ମାମଲା ନମ୍ବର ଜି.ଆର – ୫୨୨/୨୫ ଅନୁଯାୟୀ, ସମୁଦାୟ ୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଅଭିଯୁକ୍ତ ଜଗନ୍ନାଥ ନିଜ ପାଇଁ ଓକିଲ ରଖିବାକୁ ଅସମର୍ଥ ହେବାରୁ, କୋର୍ଟଙ୍କ ପକ୍ଷରୁ ଓକିଲ ମନୋରଞ୍ଜନ ପଣ୍ଡାଙ୍କୁ ତାଙ୍କ ପାଇଁ ମାମଲା ପରିଚାଳନା କରିବାକୁ (SDC ଭାବେ) ନିଯୁକ୍ତ କରାଯାଇଥିଲା।
ବୁଧବାର ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ସମୟରେ, ଅଭିଯୁକ୍ତଙ୍କ ବିରୋଧରେ କୌଣସି ଦୃଢ଼ ସାକ୍ଷ୍ୟ ପ୍ରମାଣ ମିଳି ନ ଥିଲା। ଫଳରେ ମାଜିଷ୍ଟ୍ରେଟ ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ସମସ୍ତ ଦଫାରୁ ମୁକ୍ତ କରିବା ସହ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?