ଦିଗପହଣ୍ଡିରେ ଆଇନଜୀବୀ ଦିବସ ପାଳିତ, ସାମୁହିକ ସମସ୍ଯାର ସମାଧାନ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ ତମ ଜନ୍ମ ଜୟନ୍ତୀ ଏବଂ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘ ସଭାଗୃହରେ ପ୍ରଥମେ ମଧୁବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପରେ ଆୟୋଜିତ କାର୍ଯ୍ୟକ୍ରମରେ ସଂଘର ସଭାପତି ହୃଦୟ ରଞ୍ଜନ ମେକାପ ସଭାପତିତ୍ୱ କରିଥିଲେ ।

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ସ୍ବାଧୀନତା ସଂଗ୍ରାମ ଏବଂ ଦଳିତ ନିଷ୍ପେସିତ ଓଡିଆଙ୍କୁ ସେବା ଯୋଗାଇ ଦେବାରେ ମଧୁବାବୁଙ୍କ ଅବଦାନ ଉପରେ ବକ୍ତାମାନେ ଆଲୋକପାତ କରିବା ସହ ଜଣେ ଆଇନଜ୍ଞ ଭାବରେ ମଧୁବାବୁଙ୍କ ଦକ୍ଷତା ସମଗ୍ର ଆଇନଜୀବୀଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମତବ୍ୟକ୍ତ କରିଥିଲେ । ଏପରିକି ବ୍ଯକ୍ତିଗତ ସ୍ବାର୍ଥ ଠାରୁ ଉର୍ଦ୍ଧ୍ବରେ ରହି ସାମୁହିକ ସମସ୍ଯାର ସମାଧାନ ଦିଗରେ ଆଇନଜୀବୀ ବୃନ୍ଦ ଆଗେଇ ଆସିବାକୁ ଏହି ଅବସରରେ ଆହ୍ବାନ ଦିଆଯାଇଥିଲା।

ସଭାରେ ଓକିଲ ସଂଘର ସମ୍ପାଦକ ସନ୍ତୋଷ କୁମାର ସାହୁ, ଉପସଭାପତି ସୁକାନ୍ତ ପ୍ରଧାନଙ୍କ ସମେତ ବରିଷ୍ଠ ଆଇନଜୀବୀ ପ୍ରଭାକର ରାଉତ, ଚନ୍ଦ୍ରଧ୍ଵଜ ସିଂହ, ରତ୍ନାକର ମେକାପ, ନକୁଳ ପ୍ରଧାନ, କୁରେଶୁ ପଣ୍ଡା, ଅଶେଷ ନାଥ ମିଶ୍ର, ମନୋରଞ୍ଜନ ପଣ୍ଡା, ବିପିନ ପଟ୍ଟନାୟକ, ପ୍ରଦୀପ ନାୟକ, ପ୍ରହଲ୍ଲାଦ ପ୍ରଧାନ, ଟୁକୁନା ପ୍ରଧାନ, ପ୍ରଫୁଲ୍ଲ ସେଠୀ, ପ୍ରମୁଖ ବହୁ ଆଇନଜୀବୀ ଉପସ୍ଥିତ ଥିଲେ। ସଭା ଶେଷରେ ନୋଟାରି ରଞ୍ଜନ କୁମାର ବେହେରା ବରିଷ୍ଠ ଆଇନଜୀବୀ ରସାନନ୍ଦ ରାଉତ, ନବନିଯୁକ୍ତ ସରକାରୀ ଓକିଲ ହେମନ୍ତ ପାଣିଗ୍ରାହୀ, ପରେଶ ଚନ୍ଦ୍ର ରଥ, ସନ୍ତୋଷ କୁମାର ସାହୁ ଏବଂ ବିଜୟ ପ୍ରଧାନଙ୍କୁ ଅଙ୍ଗବସ୍ତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri