ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପ୍ରାକ୍ତନ ସଭାପତି ହରପ୍ରସାଦ ରଥ ସଭାପତିତ୍ୱ କରିଥିଲେ। ଦିଗପହଣ୍ଡି କୋର୍ଟର ମାଜିଷ୍ଟ୍ରେଟ୍‌ ନୀଳିମା ଷଡଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ସଞ୍ଜୀବ କୁମାର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଓକିଲ ସଂଘ ପକ୍ଷରୁ ଅନେକ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାରେ ମଧୁବାବୁଙ୍କ ପ୍ରତିଭା ସମ୍ପର୍କରେ ସ୍ମୃତିଚାରଣ କରାଯାଇଥିଲା। ସଂଘର ସମ୍ପାଦକ ପ୍ରଦୀପ କୁମାର ନାୟକ, ଉପସଭାପତି ସନ୍ତୋଷ କୁମାର ସାହୁ, ସହସମ୍ପାଦକ ରବିଚନ୍ଦ୍ର ଗୌଡ଼, କୋଷାଧ୍ୟକ୍ଷ ସୀମାଞ୍ଚଳ ପ୍ରଧାନ, ସରକାରୀ ଓକିଲ ନକୁଳ ପ୍ରଧାନ, ନିଳାଞ୍ଚଳ ତ୍ରିପାଠୀ, ବରିଷ୍ଠ ଆଇନଜୀବୀ ଚନ୍ଦ୍ରଧଜ ସିଂହ, ରତ୍ନାକର ମେକାପ, ହେମନ୍ତ କୁମାର ପାଣିଗ୍ରାହୀ, କୁରେଶୁ ପଣ୍ଡା, ପରେଶ ଚନ୍ଦ୍ର ରଥ, ସୁକାନ୍ତ କୁମାର ପ୍ରଧାନ, ମନୋରଞ୍ଜନ ପଣ୍ଡା, ପ୍ରିୟ ରଞ୍ଜନ ପଟ୍ଟନାୟକ, ସଞ୍ଜୟ କୁମାର ପଣ୍ଡା, ପ୍ରହଲ୍ଲାଦ ପ୍ରଧାନ,ବିଜୟ କୁମାର ପ୍ରଧାନ, କିଶୋର ଚନ୍ଦ୍ର ଗୌଡ଼, ବିପିନ ବିହାରୀ ପଟ୍ଟନାୟକ,ପ୍ରଦୀପ କୁମାର ପଟ୍ଟନାୟକ,ପି.ଶିବଶଙ୍କର,ଯୁଧିଷ୍ଠିର ପାତ୍ର, ଲକ୍ଷ୍ମୀନୃସିଂହ ସାହୁ, ପୁଷ୍ପାଞ୍ଜଳି ସାହୁ,ପ୍ରଫୁଲ୍ଲ ସେଠୀ ପ୍ରମୁଖ ବହୁ ସଂଖ୍ୟକ ଆଇନଜୀବୀ ସଭାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri