ଗଞ୍ଜାମ, ୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାର ତଦନ୍ତ କରୁଥିବା ପୋଲିସ୍ ବ୍ରହ୍ମପୁରର ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଟକ ରଖିଛି।
ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ପୋଲିସ୍ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଏକ ଅଜ୍ଞାତ ସ୍ଥାନରେ ରଖି ଜେରା କରୁଛି। ତାଙ୍କ ନାମରେ ପୂର୍ବରୁ ମଧ୍ୟ ଅନେକ ମାମଲା ରହିଛି।
ଏହି ମାମଲାରେ ପୂର୍ବରୁ ଜଣେ କର୍ପୋରେଟର୍ ଏବଂ ଜଣେ ଛାତ୍ରନେତାଙ୍କ ସମେତ ମୋଟ ୮ ଜଣଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା ଜାରି ରଖିଥିଲା। ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ସାର୍ପସୁଟର୍ ଓ ଆଉ ଜଣେ ଛାତ୍ରନେତାଙ୍କୁ ମଧ୍ୟ ଅଟକ ରଖାଯାଇଥିବା ସୂଚନା ମିଳିଛି। ପୀତବାସ ପଣ୍ଡା ହତ୍ୟାକାଣ୍ଡର ତଦନ୍ତ ଜୋରଦାର ଚାଲିଛି।