ଆଇନଜୀବୀଙ୍କ ଆତ୍ମହତ୍ୟା

ରାଉରକେଲା ଅଫିସ,୨୮।୯: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଡେଲିମାର୍କେଟ ଅଞ୍ଚଳରେ ରହୁଥିବା ରାଉରକେଲା ବାର୍‌ ଆସୋସିଏଶନର ପୂର୍ବତନ ସଭାପତି, ପୂର୍ବତନ ନଗରପାଳ ତଥା ବରିଷ୍ଠ ଆଇନଜୀବୀ ରମେଶ ବଳ(୬୨) ସୋମବାର ବିଳମ୍ବିତ ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୩୨।୨୨) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ପୋଲିସ ସୂଚନା ଅନୁସାରେ, ରମେଶ ବଳ ପେଷାରେ ଜଣେ ଆଇନଜୀବୀ। ସେ ନିଜ ଘରେ ଏକ ଅଫିସ୍‌ କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ସେ ନିଜ ଅଫିସ ପଙ୍ଖାରେ ଏକ ପ୍ଲାଷ୍ଟିକ ରଶି ବାନ୍ଧି ଆତ୍ମହତ୍ୟା କରିଥିଲେ। ମଙ୍ଗଳବାର ସକାଳେ ପରିବାର ଲୋକେ ରମେଶଙ୍କ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ କରିଥିଲା। ତାଙ୍କ ଅଫିସ୍‌ ଟେବୁଲ ଉପରେ ଥିବା ଏକ ସୁଇସାଇଡ୍‌ ନୋଟ୍‌କୁ ପୋଲିସ ଜବତ କରିଛି। ଏହି ସୁଇସାଇଡ୍‌ ନୋଟ୍‌ରେ ଆତ୍ମହତ୍ୟାର ବିଭିନ୍ନ କାରଣ ଉଲ୍ଲେଖ ରହିଛି। ରମେଶ ମାନସିକ ଅବସାଦରେ ରହୁଥିଲେ। ତାଙ୍କର ଭୁଲ୍‌ ନିଷ୍ପତ୍ତି ଯୋଗୁ ଛେଣ୍ଡ୍‌ ସ୍ଥିତ କଳିଙ୍ଗ ବିହାର ଘର ତାଙ୍କ ହାତରୁ ଖସି ଯାଇଥିଲା ଏବଂ ପୁଅ ବୋହୂ ତାଙ୍କଠାରୁ ଦୂରେଇ ଯାଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ଶାଶୁ, ଦେଢ଼ଶାଶୁ ଓ ସ୍ତ୍ରୀ ବହୁ ହଇରାଣ ହେଉଥିଲେ। ବିଭିନ୍ନ ସମୟରେ ତାଙ୍କ ପାଖରେ କେହି ରହୁ ନ ଥିବା ଏବଂ ମୃତ୍ୟୁ ପାଇଁ ସେ କାହାକୁ ଦାୟୀ କରି ନ ଥିବା ଉକ୍ତ ସୁଇସାଇଡ୍‌ ନୋଟରେ ଉଲ୍ଲେଖ କରାଯାଇଛି। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସହରରେ ଶୋକର ଛାୟା ଖେଳିଯାଇଛି। ବହୁ ଆଇନଜୀବୀ, ସମାଜସେବୀ, ରାଜନେତା ଓ ସମ୍ପର୍କୀୟ ତାଙ୍କ ଘରେ ପହଞ୍ଚତ୍ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆଇନଜୀବୀ ରମେଶ ବଳଙ୍କ ମୃତ୍ୟୁକୁ ନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଓ ବହୁ ବୁଦ୍ଧିଜୀବୀଗଣ ଶୋକବ୍ୟକ୍ତ କରିଛନ୍ତି। ରମେଶ ୧୨ ବର୍ଷ ଧରି ରାଉରକେଲା ଓକିଲ ସଂଘ ସଭାପତି ଭାବେ କାର୍ଯ୍ୟ କରିଥିବାବେଳେ ରାଉରକେଲାର ନଗରପାଳ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri