ଆଇନଜୀବୀଙ୍କୁ ମିଳିବ ସହାୟତା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟରେ ଆଇନଜୀବୀଙ୍କୁ ସହାୟତା ଲାଗି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି(ସଂଶୋଧନ) ବିଲ୍‌। କୋଭିଡ୍‌ ମହାମାରୀ ଯୋଗୁ କୋର୍ଟଗୁଡ଼ିକରେ ସୀମିତ କାର୍ଯ୍ୟ ସମ୍ପାଦନ ହେଉଥିବାରୁ ଆଇନଜୀବୀମାନଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ରାଜ୍ୟ ବାର୍‌ କାଉନସିଲ ଆଇନଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କୁ ଉଚ୍ଚନ୍ୟାୟାଳୟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ଓଡିଶା ଆଇନଜୀବୀ କଲ୍ୟାଣ ପାଣ୍ଠି ଅଧିନିୟମ ୧୯୮୭ରେ ସଂଶୋଧନ ଅଣାଯାଇଛି। ୧୯୮୭ ଅଧିନିୟମ ଅନୁଯାୟୀ ପରିଚାଳିତ ପାଣ୍ଠି କେବଳ ଆଇନଜୀବୀଙ୍କ ମୃତ୍ୟୁ ଓ ଅବସରକାଳୀନ ସୁବିଧା ପାଇଁ ଉଦ୍ଦିଷ୍ଟ ଥିଲା। ତେଣୁ ଉକ୍ତ ନିୟମରେ ସଂଶୋଧନ କରାଯିବାର ଆବଶ୍ୟକତା ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା ଗୃହରେ ବିବୃତି ରଖିଥିଲେ। ଏହି ସଂଶୋଧନ ଫଳରେ ପ୍ରାକୃତିକ ଦୁର୍ବିପାକ, ମହାମାରୀ ଓ ଆଇନଜୀବୀ ପେସାରେ ବ୍ୟାଘାତ ସୃଷ୍ଟି ହେଲେ ଓଡିଶା ଆଇନଜୀବୀ କଲ୍ୟାଣ ପାଣ୍ଠିର ନ୍ୟାସ କମିଟି ଅଭାବୀ ଆଇନଜୀବୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇପାରିବେ।
ମଙ୍ଗଳବାର ପାରିତ ହୋଇଥିବା ଓଡ଼ିଶା ଶିଳ୍ପ ବିବାଦ(ସଂଶୋଧନ) ବିଲ୍‌କୁ ନରସିଂହ ମିଶ୍ର ବିରୋଧ କରିଥିବା ବେଳେ ଏହା ଶ୍ରମିକଙ୍କ ମଙ୍ଗଳ ପାଇଁ ନା ଶିଳ୍ପପତିଙ୍କ ମଙ୍ଗଳ ପାଇଁ ଉଦ୍ଦିଷ୍ଟ ବୋଲି ପ୍ରଶ୍ନ କରିଥିଲେ। ତେବେ ଶ୍ରମିକଙ୍କ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଓଡ଼ିଶା ଶିଳ୍ପ ବିବାଦ ଅଧିନିୟମ ୧୯୪୭କୁ ପରିବର୍ତ୍ତନ କରାଯାଇ ଏହି ବିଲ୍‌ ଗୃହରେ ଉପସ୍ଥାପନ କରାଯାଇଥିବା ଶ୍ରମମନ୍ତ୍ରୀ ସୁଶାନ୍ତ ସାହୁ କହିଥିଲେ। ପୂର୍ବରୁ ଶ୍ରମିକମାନଙ୍କୁ ଛଟେଇ ପୂର୍ବରୁ ୧ ମାସର ନୋଟିସ୍‌ ଅବଧି ଦିଆଯାଉଥିବା ବେଳେ ଏହି ନୂତନ ଅଧିନିୟମରେ ୨ମାସର ନୋଟିସ୍‌ ଅବଧି କିମ୍ବା ୨ ମାସର ଆଗୁଆ ବେତନ ଦେବାର ବ୍ୟବସ୍ଥା ରହିଛି। ଜିଏସ୍‌ଟି ପ୍ରଦାନ ଏବଂ ରିଟର୍ନ ଦାଖଲ ଭଳି ବ୍ୟବସ୍ଥାକୁ ସରଳୀକରଣ କରିବା ଲାଗି ଓଡ଼ିଶା ଦ୍ରବ୍ୟ ଓ ସେବାକର ଅଧିନିୟମ ୨୦୧୭କୁ ପରିବର୍ତ୍ତନ କରାଯାଇ ଓଡ଼ିଶା ଦ୍ରବ୍ୟ ଓ ସେବାକର(ସଂଶୋଧନ) ବିଲ୍‌ ପ୍ରସ୍ତୁତ ହୋଇଥିବା ବେଳେ ବହୁମତରେ ଏହି ବିଲ୍‌ ପାରିତ ହୋଇଥିଲା।
ସେହିପରି ମଙ୍ଗଳବାର ଓଡ଼ିଶା ପୌର ବିଧି(ସଂଶୋଧନ) ବିଲ୍‌ ପାରିତ ହୋଇଛି। ଓଡ଼ିଶା ମ୍ୟୁନିସିପାଲ୍‌ ଅଧିନିୟମ ୧୯୫୦ ଏବଂ ଓଡ଼ିଶା ମହାନଗର ଅଧିନିୟମ ୨୦୦୩ରେ କିଛିଟା ପରିବର୍ତ୍ତନ ଅଣାଯାଇ ନୂତନ ଅଧିନିୟମ କରାଯାଇଛି। ଏହାଦ୍ୱାରା ସହରାଞ୍ଚଳ ପାଇଁ ଉଦ୍ଦିଷ୍ଟ ଉନ୍ନତିମୂଳକ ପାଣ୍ଠିର ୨୫% ଏଣିକି ବସ୍ତିର ବିକାଶରେ ଖର୍ଚ୍ଚ ହେବ। ବସ୍ତିଗୁଡ଼ିକର ମୌଳିକ ସେବା ଓ ଭିତ୍ତିଭୂମି ନିମନ୍ତେ ଏହି ଅର୍ଥ ଖର୍ଚ୍ଚ କରାଯିବ। ଏହାବ୍ୟତୀତ ଟ୍ରେଡ୍‌ ଲାଇସେନ୍ସ ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯାଇଛି। ଆବଶ୍ୟକ କାଗଜପତ୍ର ପ୍ରଦାନ କଲେ ଆବେଦନକାରୀଙ୍କୁ ସେହିଦିନ ଏବଂ ଅନ୍‌ଲାଇନରେ ଲାଇସେନ୍ସ ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି। ଏହି ବିଲ୍‌କୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ ବିଧାୟକ ସନ୍ତୋଷ ସିଂ ସାଲୁଜା ବିରୋଧ କରିଥିବାବେଳେ ଏହାଦ୍ୱାରା ବସ୍ତିଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଥିଲେ। ବର୍ତ୍ତମାନ ସୁଦ୍ଧା ଜାଗା ମିଶନରେ ୧ଲକ୍ଷ ୬୭ ହଜାର ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ଦିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri