ଗଣବଳାତ୍କାର ମାମଲାରେ ଦୋଷୀଙ୍କ ପାଇଁ ଲଢିବୁନି

ଜୟପୁର,୫ା୧ (ନି.ପ୍ର.): ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଘଟଣାର ୧୦ ଦିନ ପରେ ମଙ୍ଗଳବାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେ ହେଲେ ଜୟପୁର ସଦର ଥାନା ଅଧୀନ କୁସୁମପୁଟର ମୀନ ବାରିକ। ପାଡୁଆ ଜଙ୍ଗଲରୁ ପୋଲିସ ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ହେଲେ ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଲାଲବାହାଦୁର ଦର୍ଜି ଫେରାର ଥିବା ପୋଲିସ କହିଛି। ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତାଙ୍କ ନାମରେ ଜୟପୁର ସଦର ଓ କୋରାପୁଟ ସଦର ଥାନାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଛି। ତାଙ୍କ ପାଇଁ କୌଣସି ଓକିଲ ମାମଲା ଲଢ଼ିବେ ନାହିଁ ବୋଲି ଓକିଲ ସଂଘ ନିଷ୍ପତ୍ତି ନେଇଛି।

ଗଣବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଭାଜପା ପକ୍ଷରୁ ଜୟପୁର ବନ୍ଦ କରାଯାଇଥିଲା। ଏପରି କି କଂଗ୍ରେସ ପକ୍ଷରୁ ଏସ୍‌ଡିପିଓ ଅଫିସ ସମ୍ମୁଖରେ ଗଣଧାରଣା ଓ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ନ ହେଲେ ଜାନୁୟାରୀ ୭ରେ କୋରାପୁଟ ବନ୍ଦ ଓ ୯ରେ ନବୀନ ନିବାସ ଘେରାଉ ନେଇ ବିଧାୟକ ତାରାପ୍ରସାଦ ବାହିନୀପତି ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri