ଆଇନଜୀବୀଙ୍କୁ ମିଳିବ ୫ହଜାର ସହାୟତା

କଟକ ଅଫିସ,୩୧।୭: କରୋନା ଯୋଗୁ ପ୍ରଭାବିତ ହୋଇଥିବା ଆଇନ୍‌ଜୀବୀଙ୍କୁ ୫ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ଏ ନେଇ ବୁଧବାର ଜରୁରିକାଳୀନ ଆର୍ଥତ୍କ ସହାୟତା କମିଟି ପ୍ରସ୍ତାବ ରଖିଥିଲା। ଗୁରୁବାର ଏହାକୁ ଆଡ୍‌ଭୋକେଟ୍ସ ୱେଲ୍‌ଫେୟାର୍‌ ଟ୍ରଷ୍ଟ ବୈଠକରେ ମୋହର ଲାଗିଛି। ଏହାକୁ ଚୂଡ଼ାନ୍ତ ଅନୁମୋଦନ ପାଇଁ ରାଜ୍ୟ ସରକାରଙ୍କ ପାଖକୁ ପଠାଯିବ।
ଆଡଭୋକେଟ୍‌ ଜେନେରାଲ ଅଶୋକ ପରିଜାଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ବୈଠକ ହୋଇଥିଲା। ଏଥିରେ ଆଇନ ବିଭାଗ ସଚିବ ଶଶିକାନ୍ତ ମିଶ୍ର, ବରିଷ୍ଠ ଆଇନଜୀବୀ ମିଲନ କାନୁନ୍‌ଗୋ, ଆଇନଜୀବୀ ଅଜୟ କୁମାର ବରାଳ ଏବଂ ପ୍ରଫୁଲ୍ଲ କୁମାର ରଥ ପ୍ରମୁଖ ଭାଗ ନେଇଥିଲେ। ଜରୁରିକାଳୀନ ଆର୍ଥିକ ସହାୟତା କମିଟି ବୈଠକର ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ଆଲୋଚନା କରାଯାଇଥିଲା। ମୋଟ ୧୪ହଜାର ୬ଶହ ଆବେଦନ ମଧ୍ୟରୁ ଯାଞ୍ଚ ପରେ ୧୨ହଜାର ୧୮୫ଟି ବୈଧ ରହିଛି। ଏମାନଙ୍କୁ ସହାୟତା ପାଇଁ ୬କୋଟି ୯ଲକ୍ଷ ୨୫ ହଜାର ଟଙ୍କା ଆବଶ୍ୟକ। କିନ୍ତୁ ଓଡ଼ିଶା ରାଜ୍ୟ ଆଇନ୍‌ଜୀବୀ ପରିଷଦର ଆଡ୍‌ଭୋକେଟ୍ସ ୱେଲ୍‌ଫେୟାର୍‌ କର୍ପସ୍‌ ଫଣ୍ଡକୁ ୩୦ ଲକ୍ଷ ୭୮ ହଜାର ଟଙ୍କା ମିଳିଛି। ଆହୁରି ୫ କୋଟି ୭୯ ଲକ୍ଷ ୨୫ ହଜାର ଟଙ୍କାର ଆବଶ୍ୟକତା ରହିଛି। ଏଣୁ ଟ୍ରଷ୍ଟରେ ଥିବା ଅର୍ଥକୁ କର୍ପସ ଫଣ୍ଡକୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ସମୟରେ ସରକାରଙ୍କ ରାଜସ୍ବ ବଢ଼ିଲେ ଏହି ଟଙ୍କା ଭରଣା ପାଇଁ ଅନୁରୋଧ କରାଯିବ। ଆବେଦନଗୁଡ଼ିକର ସାନି ଯାଞ୍ଚ ପାଇଁ ମଧ୍ୟ ବୈଠକରେ ସ୍ଥିର ହୋଇଛି।
ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଗତ ମାର୍ଚ୍ଚ ୨୨ ତାରିଖଠାରୁ କୋର୍ଟ କାର୍ଯ୍ୟ ପ୍ରଭାବିତ ହୋଇଛି। ଫଳରେ ଆଇନ୍‌ଜୀବୀମାନେ ରୋଜଗାର ହରାଇଛନ୍ତି। ସେମାନଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ ପାଇଁ ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଇଥିଲା। ଆର୍ଥତ୍କ ସହାୟତା ପାଇବା ପାଇଁ ଆବେଦନ କରିବାକୁ କୁହାଯାଇଥିଲା। କିନ୍ତୁ ସହାୟତା ପ୍ରଦାନରେ ବିଳମ୍ବ ହୋଇଥିଲା। ଏଥିଯୋଗୁ ଆଇନ୍‌ଜୀବୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri