Posted inଖେଳ

ଖେଳାଳିଙ୍କୁ ସଫଳତାର ମନ୍ତ୍ର ଦେଲେ ଲକ୍ଷ୍ମଣ

ୱେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ୱେଲିଂଟନ ଗ୍ରାଉଣ୍ଡରେ ପ୍ରଥମ ମ୍ୟାଚ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳର କାର୍ଯ୍ୟନିର୍ବାହୀ କୋଚ ଭିଭିଏସ ଲକ୍ଷ୍ମଣ ଟି-୨୦ କ୍ରିକେଟରେ ସଫଳତାର ମନ୍ତ୍ର କହିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭିଭିଏସ ଲକ୍ଷ୍ମଣ କହିଛନ୍ତି, ଟି-୨୦ ଫର୍ମାଟରେ ସ୍ବାଧୀନ ଏବଂ ନିର୍ଭୟରେ ଖେଳିବାକୁ ପଡିବ, କିନ୍ତୁ ଦଳର ଆବଶ୍ୟକତା ପୂରଣ କରି ଖେଳିବା ମଧ୍ୟ ଜରୁରୀ ଅଟେ। ଟି-୨୦ କ୍ରିକେଟ ପାଇଁ ଏକ ଖୋଲା ମନର ଆବଶ୍ୟକତା ରହିଛି।
ଟି-୨୦ ବିଶ୍ୱକପ ପରେ ଭାରତର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଏବଂ ତାଙ୍କ ସହାୟକ କର୍ମଚାରୀଙ୍କୁ ବିଶ୍ରାମ ଦିଆଯାଇଛି। ଏହି ସିରିଜରେ ଏନସିଏ ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତର କୋଚ ଭାବେ ନିଯୁକ୍ତି ଦିଆଯାଇଛି। ଏହି ଗସ୍ତରେ ଭାରତର ଅନେକ ବରିଷ୍ଠ ଖେଳାଳିଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ କରାଯାଇଛି। ରୋହିତ ଶର୍ମା, ବିରାଟ କୋହଲି ଏବଂ ଲୋକେଶ ରାହୁଲଙ୍କୁ ଏହି ସିରିଜରେ ବିଶ୍ରାମ ଦିଆଯାଇଛି। ସମସ୍ତ ବରିଷ୍ଠ ଖେଳାଳି ବାଂଲାଦେଶ ବିପକ୍ଷ ସିରିଜରୁ ଟିମ ଇଣ୍ଡିଆକୁ ଫେରିବେ। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପରେ ତିନୋଟି ଦିନିକିଆ ମଧ୍ୟ ଖେଳାଯିବ। ଦିନିକିଆ ଦଳର ଅଧିନାୟକ ଶିଖର ଧାୱନଙ୍କ ହାତରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri