‘ଦେଶ ସ୍ବାଧୀନତା ପାଇଁ ବଳିଦାନ ଦେଇଛନ୍ତି ଲକ୍ଷ୍ମଣ ନାୟକ’

ରାୟଗଡ ଅଫିସ/ନବରଙ୍ଗପୁର (ବି.ପ୍ର.), ୩୦।୩ – ରାୟଗଡ଼ା ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ସଯରର ମାନ୍ୟଗଣ୍ୟ ଲୋକମାନେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ର୍ଅଣ କରି ତାଙ୍କ ବଳିଦାନ କଥା ମନେ ପକାଇଥିଲେ।
ରାୟଗଡ଼ା ଶାସ୍ତ୍ରୀନଗରରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟସଭା ସଦସ୍ୟ ଏନ୍‌. ଭାସ୍କର ରାଓ ମୁଖ୍ୟ ଅତିଥି, ରାୟଗଡ଼ା ନଗରପାଳ ମହେଶ ପଟ୍ଟନାୟକ, ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ , ଶିକ୍ଷାବିତ୍‌ ଡ଼ଃ.ଦଷ୍ମନ୍ତ ମହାନ୍ତି , ବରିଷ୍ଠ ନାଗରିକ ଗୋପୀ ସାହୁ ଓ ଶହୀଦ ଲକ୍ଷ୍ମଣ ନାୟକ ଯୁବକ ସଂଘ ସଦସ୍ୟମାନେ ଉପସ୍ଥିତ ଥିଲେ। ସହରର ବୁଦ୍ଧିଜୀବୀ, ଖବରଦାତା, ଶାସ୍ତ୍ରୀନଗର ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଆର୍‌ଏସ୍‌ଇଡବ୍ଲ୍ୟୁସି ବିଦ୍ୟାଳୟର ଛାତ୍ରୀଛାତ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଡିଆଇପିଆର୍‌ଓ ବସନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ବିଦ୍ୟାପୀଠରେ ମଧ୍ୟ ଶହୀଦଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଅବସରପ୍ରାପ୍ତ ପ୍ରଫେସର୍‌ ଡକ୍ଟର ବିଜୟ ମିଶ୍ର, ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ଜେମାମଣି ବିଶୋଇ ପ୍ରମୁଖ ସମ୍ମାନିତ ଅତିତତ୍ଭାବେ ଯୋଗ ଦେଇଥିଲେ। ଲକ୍ଷ୍ମଣ ନାୟକ ସ୍ବାଧୀନତା ସଂଗ୍ରାମରେ ଝାସ ଦେଇ ଇଂରେଜଙ୍କ ବିରୋଧରେ ଲଢେଇ କରି ବଳିଦାନ ଦେଇଛନ୍ତି ବୋଲି ଅତିଥିମାନେ କହିଥିଲେ। ଡିଆଇପିଆର୍‌ଓ ହଳଧର ନିଆଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ସଯରର ବିଶିଷ୍ଟ ବ୍ୟକ୍ତି, ଖବରଦାତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri