‘ଦେଶ ସ୍ବାଧୀନତା ପାଇଁ ବଳିଦାନ ଦେଇଛନ୍ତି ଲକ୍ଷ୍ମଣ ନାୟକ’

ରାୟଗଡ ଅଫିସ/ନବରଙ୍ଗପୁର (ବି.ପ୍ର.), ୩୦।୩ – ରାୟଗଡ଼ା ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ସଯରର ମାନ୍ୟଗଣ୍ୟ ଲୋକମାନେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ର୍ଅଣ କରି ତାଙ୍କ ବଳିଦାନ କଥା ମନେ ପକାଇଥିଲେ।
ରାୟଗଡ଼ା ଶାସ୍ତ୍ରୀନଗରରେ ଥିବା ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟସଭା ସଦସ୍ୟ ଏନ୍‌. ଭାସ୍କର ରାଓ ମୁଖ୍ୟ ଅତିଥି, ରାୟଗଡ଼ା ନଗରପାଳ ମହେଶ ପଟ୍ଟନାୟକ, ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ , ଶିକ୍ଷାବିତ୍‌ ଡ଼ଃ.ଦଷ୍ମନ୍ତ ମହାନ୍ତି , ବରିଷ୍ଠ ନାଗରିକ ଗୋପୀ ସାହୁ ଓ ଶହୀଦ ଲକ୍ଷ୍ମଣ ନାୟକ ଯୁବକ ସଂଘ ସଦସ୍ୟମାନେ ଉପସ୍ଥିତ ଥିଲେ। ସହରର ବୁଦ୍ଧିଜୀବୀ, ଖବରଦାତା, ଶାସ୍ତ୍ରୀନଗର ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଆର୍‌ଏସ୍‌ଇଡବ୍ଲ୍ୟୁସି ବିଦ୍ୟାଳୟର ଛାତ୍ରୀଛାତ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଡିଆଇପିଆର୍‌ଓ ବସନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
ବିଦ୍ୟାପୀଠରେ ମଧ୍ୟ ଶହୀଦଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଅବସରପ୍ରାପ୍ତ ପ୍ରଫେସର୍‌ ଡକ୍ଟର ବିଜୟ ମିଶ୍ର, ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ଜେମାମଣି ବିଶୋଇ ପ୍ରମୁଖ ସମ୍ମାନିତ ଅତିତତ୍ଭାବେ ଯୋଗ ଦେଇଥିଲେ। ଲକ୍ଷ୍ମଣ ନାୟକ ସ୍ବାଧୀନତା ସଂଗ୍ରାମରେ ଝାସ ଦେଇ ଇଂରେଜଙ୍କ ବିରୋଧରେ ଲଢେଇ କରି ବଳିଦାନ ଦେଇଛନ୍ତି ବୋଲି ଅତିଥିମାନେ କହିଥିଲେ। ଡିଆଇପିଆର୍‌ଓ ହଳଧର ନିଆଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ସଯରର ବିଶିଷ୍ଟ ବ୍ୟକ୍ତି, ଖବରଦାତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri