ଲକ୍ଷ୍ମଣ ନାୟକଙ୍କ ବଳିଦାନ ଅତୁଳନୀୟ

କୋରାପୁଟ,୨୨।୧୧(ଅମିତାଭ ବେହେରା): ମହାନ ସ୍ବଧୀନତା ସଂଗ୍ରାମୀ ତଥା ଆଦିବାସୀ ଜନନାୟକ ଶହୀଦ ଲକ୍ଷ୍ମଣ ନାୟକଙ୍କ ୧୨୭ତମ ଜୟନ୍ତୀ ରବିବାର ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି।

ଏହି ଅବସରରେ ଏସ୍‌ଏଲ୍‌ଏନ୍‌ ଭେଷଜ ମହାବିଦ୍ୟାଳୟ ଛକ ଓ ବସ୍‌ଷ୍ଟାଣ୍ଡସ୍ଥିତ ଶହୀଦ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ନରେଶ ଚନ୍ଦ୍ର ଶବର, କୋରାପୁଟ ଉପଜିଲାପାଳ ଫାବି ରସିଦ, କୋରାପୁଟ ପୌରାଧକ୍ଷ ଲଲାଟ ରଞ୍ଜନ ସେଠୀ, ଏସ୍‌ଡିପିଆରଓ ରାଧାମଣୀ ସରକାର, ପୂର୍ବତନ ବିଧାୟକ ନିମାଇଁ ସରକାର, କୋରାପୁଟ ସଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ, ଭାଜପା ନେତା ବିଜୟ ମିଶ୍ରଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ରହି ଶହୀଦ ଲକ୍ଷ୍ମଣ ନାୟକଙ୍କ ତ୍ୟାଗ, ବଳିଦାନ ଅତୁଳନୀୟ ବୋଲି କହିବା ସହ ଦେଶପ୍ରେମକୁ ସ୍ମରଣ କରି ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିସହ ଜୟନ୍ତୀ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

Share