ଲକ୍ଷ୍ମୀ ବସ୍‌- କାର ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୧୫ ଗୁରୁତର

ଖଲ୍ଲିକୋଟ,୧୭।୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍‌ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ କାର ଓ ବସ୍‌ରେ ଥିବା ପ୍ରାୟ ୧୫ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସାରେ ଗୁରାପଲ୍ଲୀରୁ କହ୍ନେଇପୁର, ବିକ୍ରମପୁର ଦେଇ ଖଲ୍ଲିକୋଟ ଅଭିମୁଖେ ଏକ ଲକ୍ଷ୍ମୀ ବସ୍‌ ଆସୁଥିଲା। କହ୍ନେଇପୁର ଛାଡି ବସ୍‌ଟି ଖଲ୍ଲିକୋଟ ଅଭିମୁଖେ ଆସୁଥିବା ବେଳେ ଜାତୀୟ ରାଜପଥରୁ କୈରାଶି ଅଭିମୁଖେ ଯାଉଥିବା ଏକ କାର ସହ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଛି। ଘଟଣାସ୍ଥଳରେ କାର ଚାଳକ କୈରାଶି ଗ୍ରାମର ଅଶୋକ ସ୍ବାଇଁଙ୍କ ମୃତ୍ୟୁ ଘଟିଥିଲା।

କାରରେ ଥିବା ୫ ଯାତ୍ରୀଙ୍କ ସମେତ ବସରେ ଥିବା ଯାତ୍ରୀଙ୍କୁ ମିଶାଇ ମୋଟ ୧୫ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ପରେ କାର ଚାଳକ ଅଶୋକ କାର ଭିତରେ ଚାପି ହୋଇ ରହିଥିଲେ। ଖଲ୍ଲିକୋଟ ଅଗ୍ନିଶମ ବାହିନୀ ପହଞ୍ଚି ଦୀର୍ଘ ସମୟ ପରିଶ୍ରମ କରି ଗ୍ୟାସ କଟରରେ କାଟି ଅଶୋକଙ୍କୁ ଉଦ୍ଧାର କରିଥିଲେ। ଆହତଙ୍କ ମଧ୍ୟରେ କୈରାଶି ଗ୍ରାମର ଅଜିତ ଦାସ, ଭାଇଗ ସ୍ବାଇଁ, ମୁକେଶ କୁମାର ପାଳ, ବିକାଶ ପଣ୍ଡା, ମହେନ୍ଦ୍ର ପ୍ରଧାନ, ମଣ୍ଟୁ ମହାପାତ୍ର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri