ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍‌, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ- କମ୍‌-କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀଙ୍କୁ ଚିଠି ଲେଖିଛନ୍ତି। ସେ ସେଥିରେ ଉଲ୍ହେଖ କରିଛନ୍ତି ଯେ, ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଗ୍ରାମରୁ ବାରମ୍ବାର ବସ ଚଳାଚଳ କରାଯିବା ପାଇଁ ଜନସାଧାରଣ ବିଡିଓଙ୍କ ନିକଟରେ ନିବେଦନ କରୁଛନ୍ତି।

ଜନସାଧାରଣଙ୍କ ଅଭିଯୋଗ ଅନୁଯାୟୀ, ସଂଶୋଧିତ ବସ ରୁଟ୍‌ ଚାର୍ଟ ଦାରିଙ୍ଗବାଡ଼ି ବ୍ଲକ ପାଇଁ ‘ଗ୍ରାମାଞ୍ଚଳ ପରିବହନ ସେବା’ ଯୋଜନା ପାଇଁ ପ୍ରସ୍ତୁତ କରାଯାଇଛି। ଆଉ ଏଥିପାଇଁ ଏବେ କୌଣସି ନୂତନ ବସ୍‌ର କିମ୍ବା ରୁଟ୍‌ ପରମିଟ୍‌ର ଆବଶ୍ୟକତା ମଧ୍ୟ ଆବଶ୍ୟକ ପଡ଼ିବନି। କାରଣ ପୂର୍ବରୁ ଏହି ରୁଟ୍‌ରେ ବସ ଯାତାୟାତ କରୁଥିବା ସେ ଜିଲାକୁ ଦେଇଥିବା ଚିଠିରେ ଅବଗତ କରାଇଛନ୍ତି। ଶୀଘ୍ର ବସ୍‌ ଯାତାୟାତ କରିବା ପାଇଁ ନିବେଦନ କରିଛନ୍ତି ବୋଲି ବିଡିଓ ରଥ କହିଛନ୍ତି। ଆଶା କରାଯାଉଛି ଜିଲା ପ୍ରଶାସନ ଖୁବ୍‌ଶୀଘ୍ର ଅନୁମତି ପ୍ରଦାନ କରିବେ ଓ ପୂର୍ବଭଳି ବସ ଯାତାୟାତ କରିବ ବୋଲି ବିଡିଓ କହିଛନ୍ତି। ଗତ କିଛି ମାସ ହେଲା ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ଏକ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ ଯାତାୟାତ କରୁଥିଲା। ଯାହାକୁ ବନ୍ଦ କରି ଦିଆଯାଇଥିଲା। ଏହାକୁ ନେଇ ଜନ ଅସନ୍ତୋଷ ବୃଦ୍ଧି ଓ ବାରମ୍ବାର ଦାବି ହୋଇଆସୁଥିଲା। ମହିଳାମାନେ ମାତ୍ର ୧୦ ଟଙ୍କାରେ ଜିଲା ମୁଖ୍ୟାଳୟରେ ପହଞ୍ଚିପାରୁଥିଲେ। ଏବେ ସେହି ବସ୍‌କୁ ବନ୍ଦ କରିଦିଆଯିବା ଫଳରେ ଲୋକମାନେ ସରକାରୀ ଓ ବେସରକାରୀ କାର୍ଯ୍ୟରେ ଖର୍ଚ୍ଚାନ୍ତ ହେଉଛନ୍ତି। ଏହି ବସ ଚଳାଚଳ କଲେ ପୁଣି ୨୫ଟି ପଞ୍ଚାୟତବାସୀ ସୁବିଧା ପାଇପାରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?