ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ ଏକ ଅନ୍ନ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଆୟୋଜିତ ହୋଇଥିଲା। ପ୍ରତି ବର୍ଷ ପରି ଚଳିତ ବର୍ଷ ଶିବଙ୍କ ଆରାଧନା ପାଇଁ ଚକ୍ରତୀର୍ଥ ପୀଠକୁ ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ କାଉଡ଼ିଆ ଓ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା।
ଏହି ଅବସରରେ କ୍ଲବର ସଦସ୍ୟ ମାନେ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ ପ୍ରଦାନ କରି ସେବା ମଧ୍ୟ କରିଥିଲେ।
ଭକ୍ତି ସହିତ ସେବା ଓ ସହଯୋଗର ବାର୍ତ୍ତା ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛୋଟ ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ବହୁ ଶ୍ରଦ୍ଧାଳୁ ପ୍ରସାଦ ଗ୍ରହଣ କରିଥିଲେ। ପୀଠରେ ଭକ୍ତଙ୍କ ଭିଡ଼ ମଧ୍ୟରେ ସକାଳ ପ୍ରାୟ ୫ଟା ବେଳୁ ୟୁଥ କ୍ଲବର ସଭାପତି ଦୀପ୍ତିରଞ୍ଜନ ଦାସ, ସଞ୍ଜୀବ ନାୟକ, ମନୋରଞ୍ଜନ ନାୟକ, ମନୋରଞ୍ଜନ ଦାସ, ଦିବ୍ୟରଞ୍ଜନ ନାୟକ, ପ୍ରଦୀପ ସାହୁ, ଅଙ୍କିତ ବେହେରା, ବିପ୍ଲବ ଜେନା, ବିକାଶ ଜେନା, ସୌଭାଗ୍ୟ ଜେନା, ଅମିତ ସାମଲ, ପାପୁନ ସାହୁ, ଆଲୋକ ନାୟକ, ରାଜା ସାହୁ, ଦିବ୍ୟଜ୍ୟୋତି ନାୟକ, ବାପୁନ ସାମଲ, ପାପାଲି ନାୟକ, ରଘୁନାଥ ବେହେରା, ମଣ୍ଟୁ ସାହୁ, ମହେଶ୍ୱର ସାହୁ, ରାକେଶ ଜେନା, କେଳା ସାହୁ, ସୁବ୍ରତ ନାୟକ, ଜାକେଶ ଜେନା, ସ୍ମୃତିରଞ୍ଜନ ଦାସ, ଜ୍ୟାକି ସାମଲ, ମିକି ସାମଲ, ବିଶ୍ୱରଞ୍ଜନ ଦାସ, ଲାଲୁ ଜେନା, ରାଜୀବ ନାୟକଙ୍କ ସମେତ ସମସ୍ତ ସଦସ୍ୟମାନେ ଶୃଙ୍ଖଳିତ ଭାବେ ପ୍ରସାଦ ବଣ୍ଟନ କରିଥିଲେ। ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବର ଏଭଳି ସେବାମୂଳକ କାର୍ଯ୍ୟକୁ ଶ୍ରଦ୍ଧାଳୁ ଓ ସ୍ଥାନୀୟ ଲୋକେ ପ୍ରଶଂସା କରିଥିଲେ। ଧାର୍ମିକ ଉତ୍ସବ ସମୟରେ ଲୋକଙ୍କ ସେବା ଓ ସହଯୋଗ ପାଇଁ ଏଭଳି କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଜାରି ରଖିବାକୁ କ୍ଲବ ପକ୍ଷରୁ ପ୍ରୟାସ କରାଯିବ ବୋଲି କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?