ସରିଲା ଲକ୍ଷ୍ମୀନୃସିଂହଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଦିଗପହଣ୍ଡି,୨୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ୪ ଦିନବ୍ୟାପୀ ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉତ୍ସବ ଗୁରୁବାର ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ଉଦ୍‌ଯାପିତ ହୋଇଯାଇଛି। ପ୍ରତ୍ୟୁଷରେ ବିଜୟ ପଦ୍ମନାଭପୁର ଲାଡି ଗାଁର ମୁଖ୍ୟ ପୁରୋହିତ ପ୍ରସନ୍ନ ଦାସ ଶର୍ମାଙ୍କ ପୌରୋହିତ୍ୟରେ କର୍ତ୍ତା ଭାବେ ଡା.ଏମ୍‌.ନାଗେଶ୍ୱର, ତାଙ୍କ ସହଧର୍ମିଣୀ ଏମ୍‌.ଚନ୍ଦ୍ରକଳା ଓ ମେଡ଼ିମି ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ରହି ପୁରୋହିତ ରବି କୁମାର ଶର୍ମା, ଜ୍ୟୋତିରାଜ ଦାସ, ପଣ୍ଡିତ ଡ.ସୁଧାଂଶୁ ଶେଖର ଶର୍ମା, ହୃଷୀକେଶ କର, ହିମାଂଶୁ କୁମାର ଦାସ, ଜିତେନ୍ଦ୍ର କୁମାର ଦାସଙ୍କ ତତ୍ତ୍ୱାବଧାନରେ ସୂର୍ଯ୍ୟପୂଜା, ଶାଲାଙ୍ଗ ପୂଜା ପ୍ରଭୃତି ସମସ୍ତ ଦେବ ନୀତି ସମ୍ପାଦନ କରିବା ପରେ ମଧ୍ୟାହ୍ନରେ ମହାଯଜ୍ଞ ପୂର୍ଣ୍ଣାହୁତି ସହ ୧୬ ପ୍ରହର ନାମ ସଙ୍କୀର୍ତ୍ତନ ସମାପନ କରାଯାଇଥିଲା। ଅପରାହ୍ନରେ ଶ୍ରୀ ଲକ୍ଷ୍ମୀନୃସିଂହ ଠାକୁରଙ୍କୁ ସୁସଜ୍ଜିତ ପଟୁଆରରେ ଗ୍ରାମ ପରିକ୍ରମା କରାଯାଇଥିଲା। ଶୋଭାଯାତ୍ରା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀ ଲକ୍ଷ୍ମୀନୃସିଂହଙ୍କ ବିଗ୍ରହକୁ ସିଂହାସନରେ ସ୍ଥାପନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri