କଳାହାଣ୍ଡିରେ ଚମକିଲେ ଲକ୍ଷ୍ମୀ ବିକାଶ ଛାତ୍ରୀଛାତ୍ର: ଶତପ୍ରତିଶତ ସଫଳତା, ଆବିର୍ଭାବ ଟପ୍ପର

ଭବାନୀପାଟଣା,୧୭ା୪(ଉତ୍ତମ କୁମାର ଦାଶ):ସିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶତପ୍ରତିଶତ ସଫଳତା ହାସଲ କରି ଜିଲାରେ ଚମକିଛନ୍ତି। ମୋଟ ୨୧୨ ଜଣ ପରୀକ୍ଷା ଦେଇଥିବା ବେଳେ ୯ ଜଣ ୯୫%ରୁ ଉଦ୍ଧର୍‌ବ, ୩୩ଜଣ ୯୦%ରୁ ଅଧିକ ନମ୍ବର ରଖିଥିବା ବେଳେ ୧୬୨ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନୁଷ୍ଠାନର ଛାତ୍ର ଆବିର୍ଭାବ ପୁରୋହିତ ୯୮.୬% ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମହଲରେ ଖୁସିର ଲହରି ଖେଳିଯାଇଛି। ଏହି ଅବସରରେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ଗୁରୁବାର ଅନୁଷ୍ଠାନ ତରଫରୁ ସମ୍ବର୍ଦ୍ଧିତ କରଯାଇଥିଲା।

ଏହି ସଫଳତାରେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନ ଚେୟାରମ୍ୟାନ ଡି, ନାଗେଶର ରାଓ, ନିର୍ଦ୍ଦେଶକ ଡି. ଶ୍ୟାମ, ନିର୍ଦ୍ଦେଶକ ଡି. ରାମ କୁମାର, ଶିକ୍ଷା ପ୍ରଭାରୀ ଡି. ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟା ଡି. ପଦ୍ମିନୀ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। ଆଗାମୀ ଦିନରେ ବିଦ୍ୟାର୍ଥୀଙ୍କ ପାସ୍‌ ହାରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିବା ସହ କଳାହାଣ୍ଡି ଜିଲାର ଗୌରବ ବୃଦ୍ଧି ହେବ ବୋଲି ଅନୁଷ୍ଠାନର ନିର୍ଦ୍ଦେଶକ ଡି ଶ୍ୟାମ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?