ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ଅଗଷ୍ଟ ୧ ତାରିଖରୁ ଧର୍ମଘଟ ସହ ଆନ୍ଦୋଳନ ନେଇ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ, ପରିବହନ ମନ୍ତ୍ରୀ, ଗଞ୍ଜାମ ଜିଲାପାଳଙ୍କ ସମେତ ଜିଲା ପରିବହନ ଅଧିକାରୀ, ପୁରୁଷୋତ୍ତମପୁର ବିଡିଓ, ଥାନା ଆଇଆଇସିମାନଙ୍କୁ ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ ବେଳେ ପୁରୁଷୋତ୍ତମପୁର ସମେତ କୋଦଳା, ପୋଲସରା, ଆସିକା, ହିଞ୍ଜଳି, ବୁଗୁଡା, ଛତ୍ରପୁର, ସମେତ ବିଭିନ୍ନ ଅଞ୍ଚଳର ଘରୋଇ ବସ୍‌ ମାଲିକ ସଂଘର କର୍ମକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ। ଜିଲାରେ ଯେଉଁ ଭଳି ଭାବରେ ଲକ୍ଷ୍ମୀ ବସ୍‌ ମନମୁଖୀ ଭାବରେ ଚଳାଚଳ କରୁଛି ତାହାକୁ ଘରୋଇ ବସ୍‌ ମାଲିକମାନେ ବିରୋଧ କରିଛନ୍ତି।ହେଡକ୍ବାର୍ଟର୍ସକୁ ଲକ୍ଷ୍ମୀବସ୍‌ ଚଳାଚଳ କରିବା ବଦଳରେ ସହରାଞ୍ଚଳ ଏନ୍‌ଏସି ଓ ମହାନଗରରେ ବିନା ପରିମିଟରେ ମନଇଛା ସମୟରେ ବସ ଚଲାଇବାରେ ଲାଗିଛନ୍ତି। ପୂର୍ବରୁ ବିଭିନ୍ନ ଅଞ୍ଚଳର ବସମାଲିକ ଓ ପ୍ରଶାସନ ପକ୍ଷରୁ ଗ୍ରାମାଞ୍ଚଳର ଲୋକଙ୍କ ସ୍ବାର୍ଥକୁ ନେଇ ନିଷ୍ଷତ୍ତି ପ୍ରସ୍ତୁତ ହୋଇଥିବା ରୁଟ୍‌ ଚାର୍ଟ ପ୍ରକାରେ ଚଳାଇବା ପରିବର୍ତ୍ତେ ଘରୋଇ ବସର ପରିମିଟ ସମୟ ଆଗରେ ଉଦ୍ଦେଶ୍ୟମୂଳକ ଭାବରେ ଲକ୍ଷ୍ମୀବସ୍‌ ଚଲାଇବାରେ ଲାଗିଥିବା ହେତୁ ବସ୍‌ମାଲିକମାନେ କ୍ଷତିଗ୍ରସ୍ତହେବାରେ ଲାଗିଛନ୍ତି। ଯେଉଁ ଅଞ୍ଚଳରେ ବସ୍‌ଗାଡ଼ିର ସୁବିଧା ନାହିଁ ସେହି ଅଞ୍ଚଳକୁ ଲକ୍ଷ୍ମୀବସ୍‌ ଚଳାଚଳ କରିବା ବଦଳରେ ସରକାରୀ ନିୟମକୁ ଖୋଲାଖୋଲି ଭାବରେ ଉଲ୍ଲଂଘନ କରି ମନଇଛା ପ୍ରକାରେ ବସ୍‌ ଚଲାଇବାରେ ଲାଗିଛନ୍ତି। ଏହାର ପ୍ରତିବାଦ କଲେ ଲକ୍ଷ୍ମୀବସ୍‌ କର୍ମଚାରୀମାନେ ପୋଲିସରେ କେସ୍‌ କରିବାର ଧମକ ଦେଉଛନ୍ତି। ଏଥିନେଇ ବସ୍‌ମାଲିକ ସଂଘ ପକ୍ଷରୁ ଗତ ମାର୍ଚ୍ଚ ୨୧ରେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିବା ବେଳେ ଏଯାବତ୍‌ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ତୁରନ୍ତ ୭ ଦିନ ମଧ୍ୟରେ ଏହାର ସମାଧାନ କରା ନ ଗଲେ ଆଗାମୀ ଅଗଷ୍ଟ ୧ରୁ ବସ୍‌ ମାଲିକମାନେ ଧର୍ମଘଟ ସହ ଆନ୍ଦୋଳନ କରିବେ ବୋଲି ଲିଖିତ ଭାବରେ ସରକାର ଓ ପ୍ରଶାସନକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri