ଛତ୍ରପୁର,୨୧ା୧(ଡି.ଏନ୍.ଏ.): ଛତ୍ରପୁର ଏନ୍ଏସିର ବିଜେଡି କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାର ବିଚାର ଛତ୍ରପୁର ଏଡିଜେ କୋର୍ଟରେ ବୁଧବାରଠାରୁ ଆରମ୍ଭ ହୋଇଛି। ବୁଧବାର ଲକ୍ଷ୍ମୀଦତ୍ତଙ୍କ ଭାଇ ତଥା ଏତଲାକାରୀ ଦେବୀଦତ୍ତ ପ୍ରଧାନ ସାକ୍ଷ୍ୟ ପ୍ରଦାନ କରିଥିଲେ। ଗୁରୁବାର ତାଙ୍କ ବଡ଼ଭାଇ ସଞ୍ଜୀବ ପ୍ରଧାନ ସାକ୍ଷ୍ୟ ଦେଇଛନ୍ତି। ହତ୍ୟା ମାମଲାରେ ସେ ୧୫ ଜଣଙ୍କୁ ଚିହ୍ନଟ କରିଛନ୍ତି। ଏଡିଜେ ରାଜା ରଞ୍ଜନ ପାଢ଼ୀ ସାକ୍ଷ୍ୟ ଗ୍ରହଣ କରିଥିଲେ । ଏହି ମାମଲାରେ ୫୪ ଜଣ ସାକ୍ଷୀ ରହିଛନ୍ତି। ଶୁକ୍ରବାର ମଧ୍ୟ ସାକ୍ଷ୍ୟ ଗ୍ରହଣ ହେବ ବୋଲି ଜଣାପଡିଛି । ସ୍ପେଶାଲ ପିପି ତ୍ରିଲୋଚନ ପରିଡ଼ା ମାମଲା ପରିଚାଳନା କରିଥିଲେ ।
ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୧୬ରେ ଲକ୍ଷ୍ମୀଦତ୍ତଙ୍କୁ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା । ଏହି ମାମଲାରେ ୨୧ ଜଣ ଗିରଫ ହୋଇଥିଲେ । ଛତ୍ରପୁର ଥାନାରେ ନଂ.୧୩୧/୧୭ ଓ କୋର୍ଟ ଏସ୍ଟି ନଂ.୨୬/୧୯ରେ ମାମଲା ରହିଛି । ଦୀର୍ଘ ୩ ବର୍ଷ ପରେ ମାମଲାର ବିଚାର ଆରମ୍ଭ ହୋଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍ଙ୍କୁ ଦାବି
କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…
ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ
ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…
ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ
ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…
ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ
ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…
ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ
ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…
‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’
ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…
ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…
କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…
ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ
ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

