ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ, ଜୀବିକାର ବିକାଶ ଏବଂ ନିରନ୍ତର ସମାଜସେବା କ୍ଷେତ୍ରରେ ଦୀର୍ଘ ୨୮ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସେ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ-୨୦୨୬ ଅଧୀନରେ ଦେଶୀ ଧାକଡ଼ନୟୀ ପହେଚାନ ତଥା ଓ୍ବମେନ୍ସ ଚେଞ୍ଜ ମେକର ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛନ୍ତି। ଶନିବାର ମୁମ୍ବାଇସ୍ଥିତ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ପରିସରରେ ଆୟୋଜିତ ଏକ ସମାରୋହରେ ଇଥେରୱେର ଏଆଇ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।

ଏହି ଅବସରରେ ଇଣ୍ଡିଆନ ଗ୍ରାମୀଣ ସର୍ଭିସେସ (ଆଇଜିଏସ୍‌)ର ଚିଫ୍‌ ଅପରେଟିଂ ଅଫିସର ଡ.ସଞ୍ଜୀବ ଷଡ଼ଙ୍ଗୀ, ନେହାଲ ଦାସ ଏବଂ ମୟଙ୍କ ମଜୁମଦାର ଉପସ୍ଥିତ ରହି ଲକ୍ଷ୍ମୀପ୍ରିୟାଙ୍କୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଆହୁରି ବିକାଶମୂଳକ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଥିଲେ।

ସମାରୋହରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟର ସିନିୟର ଆଡ୍‌ଭାଇଜର ଡ.ଭାସ୍କର ଚାଟାର୍ଜୀ, ହେଡ ଅଫ ସଷ୍ଟେନେବିଲିଟି ଆଣ୍ଡ ଷ୍ଟ୍ରାଟେଜି ଡେଭଲପମେଣ୍ଟ ଡ.ହରିଶ ଆହୁଜା ଏବଂ ନାବାର୍ଡର କ୍ଲାଇମେଟ ଫାଇନାନ୍ସର ଚିଫ ଜେନେରାଲ ମ୍ୟାନେଜର ଡ.ସଞ୍ଜୀବ ରୋହିଲା ପ୍ରମୁଖ ଯୋଗଦେଇଥିଲେ।

ପ୍ରକାଶ ଯେ, ମୋଟ ୯୩ଟି ଆବେଦନ ମଧ୍ୟରୁ ୧୭ ଜଣଙ୍କୁ ବ୍ୟକ୍ତିଗତ ଓ ସଂସ୍ଥାଗତ ଭାବରେ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଥିଲା। ସେମାନଙ୍କ ମଧ୍ୟରେ କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଅଞ୍ଚଳର ନିପଟ ମଫସଲ ଗ୍ରାମ ମହାଗୁଡ଼ିର ଲକ୍ଷ୍ମୀପ୍ରିୟା ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲେ।

ଲକ୍ଷ୍ମୀପ୍ରିୟା ଏହି ସଫଳତା ପରେ ଇଣ୍ଡିଆନ ଗ୍ରାମୀଣ ସର୍ଭିସେସ ଏବଂ ସିଆଇଆଇର ସହଯୋଗ ଓ ପ୍ରେରଣା ପାଇଥିବାରୁ ତାଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ୧୫ ମଇରେ ନୂଆଦିଲ୍ଲୀରେ ସିଆଇଆଇ ଫାଉଣ୍ଡେଶନ ପକ୍ଷରୁ ତାଙ୍କୁ ଆଦର୍ଶ ମହିଳା ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଥିଲା। ଲକ୍ଷ୍ମୀପ୍ରିୟା ନିଜ ସଫଳତାର ଶ୍ରେୟ ତାଙ୍କର ୨ ପୁଅ ରାହୁଲ ଓ ରୋହନଙ୍କ ନିରନ୍ତର ସହଯୋଗ ପାଉଥିବା ଓ ତାଙ୍କ ବାପା କୈଳାସ ଚନ୍ଦ୍ର ପରିଡ଼ା, ମା’ ମିନତି ପରିଡ଼ା ଏବଂ ଭାଇ ଅଜିତ ପରିଡ଼ାଙ୍କ ପ୍ରମୁଖ ପ୍ରେରଣା ଯୋଗାଉଥିବା କହିଛନ୍ତି। ଏନେଇ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri