ଡିବିଏସ୍‌ ଇଣ୍ଡିଆ ସହ ମିଶିବ ଲକ୍ଷ୍ମୀବିଳାସ ବ୍ୟାଙ୍କ; ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ସଙ୍କଟ ଦେଇ ଗତି କରୁଥିବା ଘରୋଇ କ୍ଷେତ୍ର ଲକ୍ଷ୍ମୀବିଳାସ ବ୍ୟାଙ୍କର ଡିବିଏସ୍‌ ଇଣ୍ଡିଆ ଲିମିଟେଡ୍‌ (ଡିବିଆଇଏଲ୍‌) ସହ ମିଶ୍ରଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ସେହିଭଳି ଏହି ବ୍ୟାଙ୍କ ଉପରେ ଲାଗିଥିବା ମୋରାଟୋରିୟମ କଟକଣାକୁ ସରକାର ଉଠାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ଲୋକମାନେ ସେମାନଙ୍କ ଜମା ଟଙ୍କା ଉଠାଣ କରିବା ନେଇ ଅନୁମତି ପ୍ରଦାନ କରାଯାଇଛି। ଏହା ୨୭ ନଭେମ୍ବରଠାରୁ ଲାଗୁ ହେବ। ଜମାକାରୀଙ୍କ ସ୍ବାର୍ଥକୁ ଧ୍ୟାନରେ ରଖି ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ବୁଧବାର ସୂଚନା ଦେଇଛନ୍ତି। ଖବରଦାତା କାର୍ଯ୍ୟକ୍ରମରେ ସେ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଦ୍ୱାରା ୨୦ ଲକ୍ଷ ଜମାକାରୀଙ୍କୁ ଆଶ୍ୱସ୍ତି ମିଳିବ। ଏହାଦ୍ୱାରା ୪ ହଜାର କର୍ମଚାରୀଙ୍କ ଚାକିରି ମଧ୍ୟ ସୁରକ୍ଷିତ କରାଯାଇଥିବା ସେ ମତବ୍ୟକ୍ତ କରିଛନ୍ତି। ଲକ୍ଷ୍ମୀବିଳାସ ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ିବା ଯୋଗୁ ଏହାକୁ ଡିବିଏସ୍‌ ସହ ମିଶ୍ରଣ କରିବା ଲାଗି ରିଜର୍ଭ ବ୍ୟାଙ୍କ ସରକାରଙ୍କୁ ପ୍ରସ୍ତାବ ଦେଇଥିଲା। ମୋରାଟୋରିୟମ ଲାଗୁ ହେବା କ୍ଷେତ୍ରରେ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ତୃତୀୟ ବ୍ୟାଙ୍କ। ଏହା ପୂର୍ବରୁ ୨୦୧୯ ସେପ୍ଟେମ୍ବରରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ଏବଂ ୨୦୨୦ ମାର୍ଚ୍ଚରେ ୟେସ୍‌ ବ୍ୟାଙ୍କ ଉପରେ ସମାନ କଟକଣା ଲାଗିଥିଲା। ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)ର ତତ୍ତ୍ୱାବଧାନରେ ୟେସ୍‌ ବ୍ୟାଙ୍କର ପୁନରୁଦ୍ଧାର ପ୍ରକ୍ରିୟାକୁ ରୂପ ଦିଆଯାଇଛି। ଅପର ପକ୍ଷରେ ପିଏମ୍‌ସି ବ୍ୟାଙ୍କର ପୁନରୁଦ୍ଧାର ପ୍ରକ୍ରିୟା ଏବେ ଯାଏ ସଫଳ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri