ମୃତଦେହ ରଖି ରାସ୍ତାରୋକୋ

ବରଗଡ଼୍‌,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଗୋବିନ୍ଦ ଦେହେରୀ(୪୮)। ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ ସମ୍ମିଳିତ ହୋଇ ମାଲିପାଲି ମାଇନର ଛକରେ ମୃତଦେହ ରଖି ବରଗଡ଼-ଭେଡ଼େନ ରାସ୍ତା ଅବରୋଧ କରିଥିଲେ। ପୋଲିସ ଏବଂ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଲିଖିତ ପ୍ରତିଶ୍ରୁତି ମିଳିବା ପରେ ଲୋକେ ରାସ୍ତାରୋକୋରୁ ହଟିଥିଲେ।
ପ୍ରକାଶ ଯେ, ମୃତ ଚାଷୀ ଗୋବିନ୍ଦ ଅନ୍ୟ ଦିନ ଭଳି ରବିବାର କ୍ଷେତକୁ ଯାଇଥିଲେ ଏବଂ କ୍ଷେତ ହିଡ଼ରେ ଘାସ କାଟି ତାକୁ ମୁଣ୍ଡରେ ଧରି ଘରକୁ ଫେରୁଥିଲେ। ଫେରିବା ବାଟରେ ଗାଇସୀମା ମନ୍ଦିରର ଅନତିଦୂରରେ ତଳକୁ ଓହଳିଥିବା ୧୧କେ.ଭି କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ସେ ଆସିଥିଲେ। ଫଳରେ ସେଠାରେ ସେ ଟଳି ପଡ଼ିଥିଲେ। ଅନ୍ୟପଟେ ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଏବଂ ପଡ଼ୋଶୀ ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ଏବଂ ଅପରାହ୍ନ ପ୍ରାୟ ୩ଟା ସମୟରେ ଘଟଣାସ୍ଥଳରେ ମୃତା ଅବସ୍ଥାରେ ତାଙ୍କୁ ପାଇଥିଲେ।
ତେବେ ତଳକୁ ୧୧କେ.ଭି କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ଓହଳିଥିବା ନେଇ ଅଞ୍ଚଳବାସୀ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ସେ ଦିଗରେ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଇ ନ ଥିଲେ ଏବଂ ବିଦ୍ୟୁତ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଗ୍ରାମର ଜଣେ ଚାଷୀଙ୍କ ଜୀବନ ଗଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ କରି ଗ୍ରାମବାସୀ ମୃତଦେହ ଧରି ନିକଟସ୍ଥ ମାଲିପାଲି ମାଇନର ଛକରେ ମୃତକଙ୍କ ପରିବାରକୁ କ୍ଷତିପୂରଣ, ଚାକିରି ଦାବିରେ ବରଗଡ଼-ଭେଡ଼େନ ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାରେ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଥିଲା। ପରେ ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି, ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀଙ୍କ ସମେତ ବିଦ୍ୟୁତ ବିଭାଗର ଅଧିକାରୀମାନେ ଆନ୍ଦୋଳନସ୍ଥଳରେ ପହଞ୍ଚତ୍ଥିଲେ। ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ଦାବି ପୂରଣ ଦିଗରେ ବିହିତ ପଦକ୍ଷେପ ନିଆଯିବ ବୋଲି ସେମାନେ ପ୍ରତିଶ୍ରୁତି ଦେବା ପରେ ସନ୍ଧ୍ୟା ପ୍ରାୟ ୭ଟାରେ ଲୋକେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri